32.9 C
Balāngīr
Saturday, April 26, 2025

ବଲାଙ୍ଗୀର ସାଂସଦଙ୍କ କରକମଳରେ ଉଦଘାଟିତ ହେଲା :ସୁବର୍ଣ୍ଣପୁର ର ଶିକ୍ଷା ଓ ଶିକ୍ଷଣ ପ୍ରତିଷ୍ଠାନର ଛାତ୍ରୀ ନିବାସ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୭/୦୨) : ସୁବର୍ଣ୍ଣପୁର ରେ ଆଜି ଶିକ୍ଷା ଓ ଶିକ୍ଷଣ ପ୍ରତିଷ୍ଠାନର ଛାତ୍ରୀ ନିବାସ ବଲାଙ୍ଗୀର ସାଂସଦଙ୍କ କରକମଳରେ ଉଦଘାଟିତ ହୋଇଯାଇଛି ।WhatsApp Image 2025 02 28 at 06.46.56 ବଲାଙ୍ଗୀର ସାଂସଦଙ୍କ କରକମଳରେ ଉଦଘାଟିତ ହେଲା :ସୁବର୍ଣ୍ଣପୁର ର ଶିକ୍ଷା ଓ ଶିକ୍ଷଣ ପ୍ରତିଷ୍ଠାନର ଛାତ୍ରୀ ନିବାସ

୨୦୧୩-୧୪ ରୁ ପ୍ରାୟ ୯୮ ଲକ୍ଷ ବ୍ୟୟ ଅଟକଳରେ ଆରମ୍ଭ ହୋଇ ଅସମ୍ପୂର୍ଣ ରହିଥିବା ନବ ନିର୍ମାଣ ଛାତ୍ରୀ ନିବାସ ସମ୍ପୂର୍ଣ ହେବା ସହ ମାନ୍ୟବର ସାଂସଦ ବଲାଙ୍ଗୀର ଶ୍ରୀମତୀ ସିଂଦେଓ ଙ୍କ ଦ୍ୱାରା ଲୋକାର୍ପଣ ହୋଇଯାଇଛି । ୩୦ ଶଯ୍ୟା ବିଶିଷ୍ଟ ଏହି ଛାତ୍ରୀ ନିବାସ ଦ୍ୱାରା ବହୁ ଛାତ୍ରୀ ତଥା ଭବିଷ୍ୟତ ଶିକ୍ଷୟିତ୍ରୀ ଉପକୃତ ହେବେ ବୋଲି ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ସାଂସଦ ଶ୍ରୀମତୀ ସିଂଦେଓ ଉଲ୍ଲେଖ କରିଥିଲେ । ଅଧ୍ୟକ୍ଷ ରାମଚନ୍ଦ୍ର ବାଗଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ଅନ୍ୟା ଦାସ ଯୋଗଦେଇଥିଲେ ।

କାର୍ଯ୍ୟକ୍ରମ ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି, ଜିଲ୍ଲା ଶିକ୍ଷା ଅଧିକାରୀ ମୀନାରାଣୀ ମଙ୍ଗଳ ସମେତ ତହସିଲଦାର, ବି ଡ଼ି. ଓ, ପ୍ରତିଷ୍ଠାନ ର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ, ସାମ୍ବାଦିକ, ନେତୃସ୍ଥାନୀୟ ବ୍ୟକ୍ତି ବିଶେଷ ପ୍ରମୁଖ ଉପସ୍ଥିତ ରହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...