କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି ।
ଆଜି ବସ୍ ରୁ ଛିଟକି ପଡି ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।