32.9 C
Balāngīr
Wednesday, April 30, 2025

ବସ୍‌ ଧକ୍କାରେ ଚାଲିଗଲା ଜୀବନ

Must read

ଭୁବନେଶ୍ୱର, (୧୮/୦୩) : ଆ.ପ୍ର. : ବେପାରୁଆ ଗାଡ଼ି ଚାଳନା ନେଲା ଆଉ ଏକ ଜୀବନ । ଭୁବନେଶ୍ୱର ଘାଟିକିଆ ଛକରେ ଭୟଙ୍କର ଦୁର୍ଘଟଣାରେ ଚାଲିଯାଇଛି ଜଣେ ଯୁବକଙ୍କ ଜୀବନ ।

ମୃତ ଯୁବକ ନାମ ସୌମ୍ୟରଂଜନ ସାହୁ ହୋଇଥିବା ବେଳେ ତାଙ୍କ ବୟସ ୩୩ ବର୍ଷ ବୋଲି ଜଣାପଡିଛି । ସେ ରାଜଧାନୀ ଉପକଣ୍ଠ ପାଇକରାପୁର ଗାଁ’ର ବାସିନ୍ଦା ବୋଲି ସୂଚନା ମିଳିଛି । ମଙ୍ଗଳବାର ସକାଳ ସମୟରେ ସୌମ୍ୟରଞ୍ଜନ ଜଗନ୍ନାଥ ବିହାରରେ ଥିବା ନିଜ ଦୋକାନ ଖୋଲିବାକୁ ଆସୁଥିଲେ । ଏହି ସମୟରେ ଭୁବନେଶ୍ୱର ଉପକଣ୍ଠ ପାଇକରାପୁର ରୋଡ ନିକଟରେ ପଛପଟୁ ଏକ କଲେଜ୍‌ ବସ୍‌ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ଯୁବକଙ୍କର ମୃତ୍ୟୁ ହୋଇଯାଇଥିଲା । ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ବେପାରୁଆ ଗାଡ଼ି ଚାଳନାକୁ ଦାୟୀ କରି ରାସ୍ତା ରୋକ କରିଛନ୍ତି ସ୍ଥାନୀୟ ଲୋକ ।

ଏହାସହ ସଂପୃକ୍ତ କଲେଜ କର୍ତ୍ତୃପକ୍ଷ ମୃତକଙ୍କ ପରିବାରକୁ କ୍ଷତିପୂରମ ଦେବା ପାଇଁ ଅଡ଼ି ବସିଛନ୍ତି ସ୍ଥାନୀୟ ଲୋକେ । ରାସ୍ତା ଉପରେ ଶବ ଏବଂ ଗାଡ଼ି ରଖି ଅବରୋଧ କରିଛନ୍ତି । ଯାହାଫଳରେ ରାସ୍ତାର ଉଭୟ ପଟେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଥିବାରେ ଦେଖିବାକୁ ମିଳିଛି । ଅନ୍ୟପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଇନ୍‌ଫୋସିଟି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି । ହେଲେ ସ୍ଥାନୀୟ ଲୋକ ନିଜ ଜିଦ୍‌ରେ ଅଟଳ ରହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...