32.9 C
Balāngīr
Thursday, July 10, 2025

ବହିରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ସୁଶାନ୍ତ ବେହେରା //
ବୌଦ୍ଧ,(୩୦/୧୧) : ବୌଦ୍ଧ ବ୍ଲକ ଅନ୍ତର୍ଗତ ବହିରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ସୁଦାମ ଶେଖର ପୁରୋହିତ ଆଜି ତାଙ୍କ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି |

ଏହି ଅବସରରେ ବହିରା ଆଞ୍ଚଳିକ ସାଧନ କେନ୍ଦ୍ର ତରଫରୁ ଜୁରାମୁଣ୍ଡା ସରକାରୀ ଉଚ୍ଚପ୍ରାଥମିକ ପରିସରରେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି | ଜୁରାମୁଣ୍ଡା ସରକାରୀ ଉ ପ୍ରା ବିଦ୍ୟାଳୟ ର ପ୍ରଧାନଶିକ୍ଷକ ପ୍ରବୀର କୁମାର ରଥ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ସଭାରେ ବହିରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଦେଶବନ୍ଧୁ ମହାକୁଳ, ସିଆରସିସି ତୋଷଣ କୁମାର ମହାକୁଳ, ବିଦାୟୀ ହେବାକୁ ଥିବା ପ୍ରଧାନଶିକ୍ଷକ ସୁଦାମ ଶେଖର ପୁରୋହିତ ମଞ୍ଚାସିନ ରହି ଅତିଥିଭାବେ ଯୋଗଦେଇଥିଲେ, ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ଶିରୀଶ କୁମାର ଗାଈଗୋରୀଆ, ଗଣ୍ଡାରାମ ସାହୁ, ହାଡିବନ୍ଧୁ ସାହୁ, ଶାନ୍ତନୁ କୁମାର ଭୁକ୍ତା, ରଘୁନାଥ ମେହେର, ହିମାଂଶୁ ଶେଖର ବିଶି, ଶଙ୍କର୍ଷଣ ହାତୀ ଓ ବହିରା ଉଚ୍ଚପ୍ରାଥମିକ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷୟତ୍ରୀ ବିଜ୍ଜୟିନୀ ପାତ୍ର ବିଦାୟୀ ଶିକ୍ଷକ ଙ୍କ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ |

ଶିକ୍ଷକ ବିଶ୍ଵମୋହନ ନାୟକ ଅତିଥିପରିଚୟ ପ୍ରଦାନ ପ୍ରଦାନ କରିଥିବାବେଳେ ଲୋହିତ କୁମାର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ, ବିଦାୟୀ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପୁରୋହିତ ଙ୍କୁ ମାନପତ୍ର, ଉପଢୌକନ ଓ ବିଭିନ୍ନ ସୌଖିନ ଉପକରଣ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା, ବହିରା କ୍ଲଷ୍ଟର ର ପାଖାପାଖି ୪୦ (ଚାଳିଶ) ଜଣ ଶିକ୍ଷକ ଶିକ୍ଷୟତ୍ରୀ ଏହି ସଭାରେ ଉପସ୍ଥିତ ଥିଲେ |

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...