ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଯାଜପୁର, (୧୪/୧୦) : ବାଇକକୁ ଧକ୍କା ଦେଇ ଜଳିଗଲା ବସ୍। ଯାଜପୁର ଜିଲ୍ଲା ଏନ୍ଏଚ୍ ୧୬ ଛତିଆ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ।
ଆହତ ଦ୍ୱୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ‘ଚକାଡୋଳା’ ବସ୍ଟି ବାରିପଦାରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା । ଏହି ସମୟରେ ଏନ୍ଏଚ୍ ୧୬ ଛତିଆ ନିକଟରେ ଏକ ବାଇକକୁ ଧକ୍କା ଦେଇଥିଲା । ପରେ ବସ୍ରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିଥିବା ଜଣାପଡ଼ିବା ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବସ୍ରୁ ଉଦ୍ଧାର କରାଯାଇଥିଲା । ରାସ୍ତା ଉପରେ ବସ୍ ହୁତୁ ହୁତୁ ହୋଇ ଜଳିଯାଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି ।