32.9 C
Balāngīr
Sunday, July 20, 2025

ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୁରଭଞ୍ଜ, (୧୩/୦୧) : ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ୍। ଦୁର୍ଘଟଣା ନେଲା ଦମ୍ପତିଙ୍କ ଜୀବନ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ୫୩ନମ୍ବର ରାଜ୍ୟ ରାଜପଥର କେନ୍ଦୁଜୁମୁଣ୍ଡି ଜଙ୍ଗଲ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।

ମୃତକମାନେ ହେଲେ ଚିରୁପଦା ଗାଁର ମନୋଜ ପୂର୍ତ୍ତି ଓ ତାଙ୍କ ପତ୍ନୀ କୁନି ମୁଦୁୟା । ସୂଚନା ଅନୁସାରେ ମନୋଜ ବାଇକରେ ପତ୍ନୀ କୁନିଙ୍କୁ ଧରି କରଞ୍ଜିଆ ଆସୁଥିବା ବେଳେ ଏକ କୁକୁଡ଼ା ବୋଝେଇ ଭ୍ୟାନ୍ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ କୁନିଙ୍କର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ମନୋଜ ପୂର୍ତ୍ତିଙ୍କୁ ଉଦ୍ଧାର କରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ସ୍ଥାନୀୟ ଲୋକେ। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମନୋଜଙ୍କର ମୃତ୍ୟୁ ଘଟିଛି । ସେପଟେ ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଗାଡ଼ିଟି ଫେରାର୍ ହୋଇଯାଇଛି । ଦୁର୍ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲେ ମଧ୍ୟ ପୁଲିସ ପହଞ୍ଚି ସ୍ଥିତିକୁ ଆୟତ୍ତ କରିଛି । ଏକ ମାମଲା ରୁଜୁ କରି ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଖୋଜୁଛି ପୁଲିସ ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...