32.9 C
Balāngīr
Tuesday, July 15, 2025

ବାଇକକୁ ଧକ୍କା ଦେଲା ହାଇୱା, ପୂର୍ବତନ ସରପଞ୍ଚ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ରାଜନଗର, (୨୩/୦୨) : ରାଜନଗର ବାଇପାସ ଛକରେ ଏକ ବାଇକକୁ ହାଇୱା ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ହୋଇଛି ।

ଦୁର୍ଘଟଣା ଖବର ପାଇ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି ଏବଂ ସେଠାରେ ଉତ୍ତେଜନା ଲାଗି ରହିଛି। ଫଳରେ ଯାନବାହନ ଯାତାୟତ ବନ୍ଦ ହୋଇଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି କିଭଳି ସ୍ବାଭାବିକ ହେବ ଉଦ୍ୟମ ଜାରି ରଖିଛି । ହାଇୱା ଧକ୍କାରେ ଜଣେ ବାଇକ ଆରୋହୀଙ୍କ ଜୀବନ ଯାଇଥିବା ସୂଚନା ମିଳିଛି । ବାଇକ ଆରୋହୀ ହେଉଛନ୍ତି ରାଜନଗର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସମବାୟ ସମିତିର ପୂର୍ବତନ ସମ୍ପାଦକ ରବୀନ୍ଦ୍ର ନାଥ ନାୟକ (ମାଗା) ଏବଂ ସେ ଚଣ୍ଡୀଆପଲ୍ଲୀ ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି ।

ଦୁର୍ଘଟଣାରେ ପୂର୍ବତନ ସରପଞ୍ଚ ରବୀନ୍ଦ୍ରନାଥ ନାୟକଙ୍କ ମୃତ୍ୟୁ ହୋଇଥିବା ଖବର ବିଜୁଳି ବେଗରେ ପ୍ରଚାରିତ ହୋଇଥିଳା। ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ରାସ୍ତା ରୋକ କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପହଞ୍ଚି ଲୋକଙ୍କୁ ବୁଝାସୁଝା ଜାରି ରଖିଥିବା ସୂଚନା ମିଲିଚି।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...