32.9 C
Balāngīr
Tuesday, July 15, 2025

ବାଇକକୁ ମୁହାଁମୁହିଁ ପିଟିଲା ପିକଅପ, ଉଡ଼ିଗଲା ଶଳା-ଭିଣୋଇଙ୍କ ପ୍ରାଣ ବାୟୁ

Must read

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
କାମାକ୍ଷାନଗର, (୧୩/୦୧) : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼- କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଶକ୍ତିନଗର ଗାଁ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି ।

ଦୁର୍ଘଟଣାରେ ଶଳା ଓ ଭିଣୋଇଙ୍କର ମୃତ୍ୟୁ ହୋଇଛି । ମୃତ ଶଳା ଜଣଙ୍କ ହେଲେ କଙ୍କଡ଼ାହାଡ଼ ଥାନା ଡ଼ଙ୍ଗାପାଳ ଗାଁର ରଞ୍ଜନ ନାୟକ ଏବଂ ଭିଣୋଇ ହେଲେ କୁସୁମୁଣ୍ଡିଆ ଗାଁର ମଣ୍ଟୁ ନାୟକ । ରଞ୍ଜନ ନାୟକ ଏବଂ ମଣ୍ଟୁ ନାୟକ ଉଭୟେ ଏକ ବାଇକ ଯୋଗେ କାମାକ୍ଷାନଗର ଆଡୁ ନିଜ ଘରକୁ ଫେରୁଥିଲେ । ଦଣ୍ଡାଧରରୁ ସାପ୍ତାହିକ ହାଟ ସାରି ଫେରୁଥିବା ଏକ ପିକଅପ ଗାଡି ଶକ୍ତିନଗର ଗାଁ ନିକରେ ସେମାନଙ୍କ ବାଇକୁ ମୁହାଁ ମୁହିଁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଉଭୟଙ୍କର ପ୍ରାଣ ବାୟୁ ଉଡ଼ିଯାଇଥିଲା । ଦୁର୍ଘଟଣା ଘଟାଇବା ପରେ ପିକଅପ ଗାଡି ଡ୍ରାଇଭର ଚମ୍ପଟ ମାରିଛି । ଖବର ପାଇ କଙ୍କଡ଼ାହାଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡି ଗୁଡିକୁ ଜବତ କରିବା ସହ ମୃତ ଦେହକୁ ଉଦ୍ଧାର କରି ଅଧିକ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...