32.9 C
Balāngīr
Thursday, July 10, 2025

ବାଇକ ଧକ୍କା ଦେଲା OSRTC ବସ, ଚାଳକ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୟାଗଡ, (୨୮/୦୫) : ବାଇକକୁ ଧକ୍କା ଦେଲା OSRTC ବସ। ଘଟଣା ସ୍ଥଳରେ ବାଇକ୍‌ ଚାଳକ ମୃତ । ମୃତକଙ୍କ ନାଁ ହେଉଛି ପଞ୍ଚାନନ ସାହୁ । ତାଙ୍କ ଘରହେଉଛି ନୟାଗଡ଼ ଜିଲ୍ଲାର ଫାଶୀପଡ଼ା ଗାଁ’ରେ ।

ଏଭଳି ଘଟଣା ଘଟିଛି ଇଟାମାଟି ଥାନା ବଜାର ନିକଟରେ। ମୃତକ ପଞ୍ଚାନନ ସାହୁ ହେଲେ ଦଶପଲ୍ଲା ତହସିଲ ଅଧୀନରେ ରାଜସ୍ୱ ନିରୀକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଆଜି ପଞ୍ଚାନନ କୌଣସି କାମରେ ଯାଉଥିଲେ । ୫୭ ନମ୍ବର ଜାତୀୟ ରାଜପଥ ଦେଇ ଏକ OSRTC ବସ ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ଇଟାମାଟି ପୂଜା ଢ଼ାବା ନିକଟରେ ବସ ଟି ପଞ୍ଚାନନଙ୍କ ବାଇକକୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ସେ ପଡ଼ିଯାଇଥିଲେ । ସ୍ଥାନୀୟ ଲୋକମାନେ ତାଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବସଟି ଭାରସାମ୍ୟ ହରାଇ ଡ୍ରେନରେ ମାଡ଼ ହୋଇଥିଲା । ବସରେ ଥିବା ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତୀ ଯାଇଥିବା ବେଳେ ସୁରକ୍ଷିତ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ତେବେ ଘଟଣା ସ୍ଥଳରେ ଉତ୍ତେଜନା ହେବାରୁ ପୁଲିସ ପହଞ୍ଚି ବସ ଡ୍ରାଇଭରକୁ ଥାନାରେ ଅଟକ ରଖିଥିବା ସହ ଏକ ମାମଲା ରୁଜୁ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...