32.9 C
Balāngīr
Thursday, June 12, 2025

ବାଲିଗୁଡାରେ ଚାଞ୍ଚଲ୍ୟ, ବନ୍ଦ କୋଠରୀରେ ଯୁବତୀଙ୍କୁ ୬ଦିନ ଧରି ଗଣଦୁଷ୍କର୍ମ

Must read

ବାଲିଗୁଡା, (୨୦/୦୫) : ଆପ୍ର. : ବନ୍ଦ କୋଠରୀରେ ୬ଦିନ ଗଣଦୁଷ୍କର୍ମ । କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଚାଞ୍ଚଲ୍ୟ। ଯୁବତୀଙ୍କୁ ଅପହରଣ ପରେ ବନ୍ଦ କୋଠରୀରେ ୬ଦିନ ଧରି ଗଣଦୁଷ୍କର୍ମ କରିଛନ୍ତି ଅଟୋ ଡ୍ରାଇଭର ଓ ଦୁଇ ସହଯୋଗୀ ।

ଅଭିଯୋଗ ଅନୁଯାୟୀ, ଗତ ୧୧ ତାରିଖ ଦିନ ମେଡିସିନ କିଣିବାକୁ ବାଲିଗୁଡା ସହରକୁ ଆସିଥିଲେ ଯୁବତୀ । ମେଡିସିନ କିଣି ସାରିବା ପରେ ଯୁବତୀ ଜଣକ ଅଟୋରେ ଯାଉଥିଲେ । ଡ୍ରାଇଭର ଜଣକ ଗାଁକୁ ନେବା ବଦଳରେ ବଳପୂର୍ବକ ଏକ ଭଡ଼ାଘରକୁ ଅପହରଣ କରିନେଇଥିଲା । ପରେ ଅଟୋ ଡ୍ରାଇଭର ଓ ତାର ଦୁଇ ସହଯୋଗୀ ଯୁବତୀଙ୍କୁ ୬ଦିନ ରଖି ବାରମ୍ବାର ଗଣଦୁଷ୍କର୍ମ କରିଥିଲେ । ଘର ପାଖରେ ଥିବା କିଛି ଲୋକଙ୍କୁ ସନ୍ଦେହ ହେବାରୁ ପୋଲିସକୁ ଖବର ଦେଇଥିଲେ । ପୋଲିସ ଭଡା ଘରେ ଚଢ଼ାଉ କରି ଯୁବତୀଙ୍କୁ ଉଦ୍ଧାର କରିଥିଲା । ଏହାସହ ଅଟୋ ଡ୍ରାଇଭର ଓ ଦୁଇ ସହଯୋଗୀଙ୍କୁ ଗିରଫ କରିଛି ବାଲିଗୁଡା ପୋଲିସ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...