32.9 C
Balāngīr
Wednesday, April 30, 2025

ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୦୫/୦୨) : ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ଖୋର୍ଦ୍ଧା ଜିଲ୍ଲା ଜଙ୍କିଆରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।WhatsApp Image 2025 02 06 at 08.08.43 ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ

ଏହି ପରିପ୍ରେକ୍ଷୀରେ ଗୁଣପୁର ବ୍ଲକ ପରିସରରେ ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଗୁଣପୁର ବ୍ଲକ ଅଧ୍ୟକ୍ଷା ଝିଲ୍ଲୀ ଶବର ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ ଜିଲ୍ଲାପାଳ ସତ୍ୟଜିତ ନାୟକ, ବିପିନ ଚନ୍ଦ୍ର ନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ବ୍ଲକ ଉପାଧ୍ୟକ୍ଷ ସୁଦର୍ଶନ ଶବର, ରେଗାଡ଼ା ସରପଞ୍ଚଙ୍କ ସମେତ ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା, ୱାର୍ଡ ମେମ୍ବର ଉପସ୍ଥିତ ଥିଲେ ।

ଗାଁ’ର ବିକାଶ ହେଲେ ଓଡ଼ିଶାର ବିକାଶ, ଓଡ଼ିଶାର ବିକାଶ ହେଲେ ଭାରତର ବିକାଶ ସମ୍ଭବ ହେବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟକ୍ରମର ବିବରଣୀ ଉପସ୍ଥାପନା କରିଥିଲେ । ରାସ୍ତା, ପାନୀୟ ଜଳ, କଲ୍ୟାଣ ମଣ୍ଡପ, ଡ୍ରେନ, ପାଠାଗାର, ଭାଗବତ ଟୁଙ୍ଗି ଭଳି ଜନହିତରେ ଲାଗୁଥିବା ସମସ୍ତ କାର୍ଯ୍ୟ ଏହା ମାଧ୍ୟମରେ ହୋଇ ପାରିବ ଓ ପାଞ୍ଚ ବର୍ଷିଆ ଆକ୍ସନ ପ୍ଲାନ ପ୍ରସ୍ତୁତି କରିବାକୁ ସୂଚନା ଦେଇଥିଲେ ।

ବ୍ଲକ ବିତ୍ତୀୟ ଅଧିକାରୀଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ପଞ୍ଚାୟତ ଉନ୍ନୟନ ଅଧିକାରୀ ଦିବାକର, ସାମାଜିକ ସୁରକ୍ଷା ଅଧିକାରୀ ସ୍ମୃତିପ୍ରଭା ପାତ୍ର ପ୍ରମୁଖ ସହଯୋଗ କରିଥିଲେ । ସୂଚନା ଓ ଲୋକ ସମ୍ପର୍କ କର୍ମୀ ଅନନ୍ତ ପାତ୍ର ସଂଯୋଜନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...