32.9 C
Balāngīr
Friday, April 25, 2025

ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ: ଗାଁର ବିକାଶ ହେଲେ ଦେଶର ବିକାଶ ହେବ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୦୬/୦୨) : କନ୍ଧମାଳ ଜିଲ୍ଲା ରାଇକିଆବ୍ଲକ୍ ଠାରେ ଆଜି ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଗାଁ ମାଟିରୁ ହିଁ ପ୍ରକୃତ ବିକାଶ ଆରମ୍ଭ ।WhatsApp Image 2025 02 05 at 21.02.27 2 ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ: ଗାଁର ବିକାଶ ହେଲେ ଦେଶର ବିକାଶ ହେବ

ଗାଁ ଉନ୍ନତି ହେଲେ ଦେଶର ବିକାଶରେ ଅଗ୍ରଗତି ହେବ ଏଭଳି ମତ ରଖିଛନ୍ତି ଉପସ୍ଥିତ ମଞ୍ଚାସୀନ ଅତିଥିବୃନ୍ଦ । ବିଶେଷ କରି ମୌଳିକ ଭିତ୍ତିଭୂମିର ବିକାଶ, କ୍ଷୁଦ୍ର ପର୍ଯଟନ, କ୍ରୀଡା ଓ ଶିକ୍ଷା ଭିତ୍ତିଭୂମିର ଆଧୁନିକରଣ, ଅଭିନବ ବହୁମୁଖି ଜନ ମଙ୍ଗଳକାରୀ ଯୋଜନାକୁ ଏଥିରେ ସାମିଲ କରାଯାଇଛି । ଏହି ରାଜ୍ୟସ୍ତରୀୟ ଉଦ୍‌ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ କାର୍ଯ୍ୟକ୍ରମକୁ ଭିଡିଓ କନ୍ଫରେନ୍ସରେ ଦେଖିବାର ବ୍ୟବସ୍ଥା କରାଯାଇଥିଲା ।WhatsApp Image 2025 02 05 at 21.02.27 ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ: ଗାଁର ବିକାଶ ହେଲେ ଦେଶର ବିକାଶ ହେବ

ଜିଲ୍ଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର, ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ବ୍ଲକ ଉପାଧ୍ୟକ୍ଷ ରିନା ପ୍ରଧାନ, ଏବିଡିଓ ଦିବ୍ୟସିଂ କହଁରଙ୍କ, ସହ ବ୍ଲକ୍ ଅଫିସ୍ ର ସମେତ ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ସମିତିସଭ୍ୟ, ଲୋକ ପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇ ଏହି ଯୋଜନାର ଆଭିମୁଖ୍ୟ ଏବଂ ଏହାର କାର୍ଯ୍ୟକାରୀ ସମ୍ପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ଆସିଥିବାବହୁ ଜନ ସାଧାରଣ ସାମିଲ ହୋଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...