32.9 C
Balāngīr
Tuesday, May 20, 2025

ବିଦ୍ୟୁତ ଆଘାତରେ ଚାଲିଗଲା ଜଣେ ଶ୍ରମିକଙ୍କ ଜୀବନ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ବିନିକା, (୦୫/୦୫) : ଆପ୍ର. : ବିଦ୍ୟୁତ ଆଘାତରେ ଚାଲିଗଲା ଜଣେ ଶ୍ରମିକଙ୍କ ଜୀବନ। ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କପାସିରାରେ ଘଟିଛି ଏହି ଅଭାବନୀୟ ଘଟଣା ।

ମୃତ ଶ୍ରମିକ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଉଲ୍‌ ଗାଁର ଟଙ୍କଧର ତାର୍ଜନ । ତେବେ ବ୍ରିଜ୍‌ ନିର୍ମାଣ କାମ କରୁଥିବା ବେଳେ ହଠାତ ଲାଗିଥିଲା ବିଦ୍ୟୁତ ଝଟ୍‌କା । ଖବରପାଇ ପୋଲିସ ଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛନ୍ତି । ସୂଚନା ଅନୁସାରେ, ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କପାସିରା ଠାରେ ଗୋରହାଣ୍ଡି ଜୋରରେ ଏକ ବ୍ରିଜ୍‌ ନିର୍ମାଣ ଚାଲିଥିଲା । ଶ୍ରମିକ ଜଣଙ୍କ ବ୍ରିଜ ନିର୍ମାଣ କାମରେ ବ୍ୟସ୍ତ ଥିବା ବେଳେ ହଠାତ ତାଙ୍କ ଦେହରେ ବିଦ୍ୟୁତ ଝଟ୍‌କା ଲାଗିଥିଲା । ଯାହାପରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା । ତେଣୁ ସାଥୀ ଶ୍ରମିକମାନେ ତାଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ଡୁଙ୍ଗୁରିପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...