32.9 C
Balāngīr
Friday, June 13, 2025

ବିଦ୍ୟୁତ ଆଘାତରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ, ସ୍ୱାମୀ ଗୁରୁତର

Must read

ନାକଟିଦେଉଳ, (୨୭/୦୫) : ଆପ୍ର. : ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବାଟଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅନିତା ପୁରୋହିତ(୫୨)ଙ୍କର ମଙ୍ଗଳବାର ସକାଳୁ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି ।

ନାକଟିଦେଉଳ ଥାନା ବାଟଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭାଲୁଗାଡ଼ିଆ ଗ୍ରାମର ସନ୍ତୋଷ ଶତପଥୀଙ୍କ ପତ୍ନୀ ଗତ ୪ ବର୍ଷ ହେଲା ବାଟଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। ଆଜି ସକାଳ ପ୍ରାୟ ୬ଟା ସମୟରେ ନିଜ ଘର ବାଡ଼ିରେ ଥିବା କୂଅରୁ ପାଣି ଉଠାଇବା ପାଇଁ ମୋଟର ପମ୍ପ ଲଗାଉଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସେ ତଳେ ଲୋଟି ପଡ଼ିଥିଲେ । ସ୍ତ୍ରୀ ତଳେ ପଡ଼ିଥିବା ଦେଖି ସ୍ୱାମୀ ସନ୍ତୋଷ ତାଙ୍କୁ ଉଠାଇବାକୁ ଚେଷ୍ଟା କରିବାବେଳେ ସେ ମଧ୍ୟ ବିଦ୍ୟୁତ ସଂସ୍ପର୍ଶରେ ଆସି ଝଟକା ଖାଇ ପାଟି କରିବାରୁ ପାଖରେ ଥିବା ଦୁଇ ଜଣ ଯୁବକ ଆସି ଏକ କାଠ ବାଡ଼ି ଦ୍ୱାରା ବିଦ୍ୟୁତ ତାରକୁ ପିଟି ଅଲଗା କରିଥିଲେ । ତେବେ ଏହି ଘଟଣାରେ ସ୍ୱାମୀ ସନ୍ତୋଷଙ୍କ ଡାହାଣ ହାତ ପାପୁଲିରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି ।

ସଙ୍ଗେ ସଙ୍ଗେ ଉଭୟଙ୍କୁ ନାକଟିଦେଉଳ ଡାକ୍ତରଖାନା ଅଣାଯାଇଥିଲେ ମଧ୍ୟ ଅନିତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ଖବର ପାଇ ନାକଟିଦେଉଳ ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିବାସହ କେସ ନଂ ୬/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ରେଢ଼ାଖୋଲ ପଠାଇଥିବା ଜଣାପଡିଛି। ତାଙ୍କର ଦୁଇଟି ପୁଅ ଓ ଝିଅ ମଧ୍ୟରୁ ପୁଅ ଆମେରିକାରେ ଚାକିରି କରୁଥିବାବେଳେ ଝିଅଟି ଘରେ ରହିଛି। ଅନିତା ପୁରୋହିତ ଜଣେ ଛାତ୍ରବତ୍ସଳ, ମେଳାପୀ ଓ ପରୋପକାରୀ ଶିକ୍ଷୟିତ୍ରୀ ଭାବେ ପରିଚିତ। ତାଙ୍କ ମୃତ୍ୟୁରେ ଅଞ୍ଚଳବାସୀ ତଥା ପରିଚିତ ମହଲରେ ଶୋକର ଛାୟା ଖେଳିଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...