32.9 C
Balāngīr
Sunday, April 20, 2025

ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟିଲା ବସ୍, ୨୦ ଯାତ୍ରୀ ଆହତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ଼, (୨୨/୦୨) : ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଛି ଓଏସ୍ଆରଟିସି (OSRTC) ବସ୍ । ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ମୁଚୁରିନାଳ ନିକଟରେ ବସଟି ଦୁର୍ଘଟଣା ଗ୍ରସ୍ତ ହୋଇଛି ।

ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କୁ ରାଉରକେଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ OSRTC ବସ୍‌ ଜଗନ୍ନାଥ ଏକ୍ସପ୍ରେସ୍ ନାମକ ବସଟି ସୁନ୍ଦରଗଡ଼ରୁ ପୁରୀ ଯାଉଥିଲା । ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ । ଏହି ସମୟରେ ଲହୁଣିପଡ଼ା ଥାନା ମୁଚୁରିନାଳ ନିକଟରେ ଏକ ୩୩ କେଭି ବିଦ୍ୟୁତ ତାର ଯାଇଥିବା ଖୁଣ୍ଟ ସହିତ ପିଟି ହୋଇ ଓଲଟିପଡ଼ିଥିଲା । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଥିଲେ ।

ଜଣେ ମହିଳାଙ୍କୁ ବିଦ୍ୟୁତ ଆଘାତ ମଧ୍ୟ ଲାଗିଥିବା ଜଣାପଡ଼ିଛି । ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନିକଟସ୍ଥ ବଣାଇ ମେଡ଼ିକାଲରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ କିଛି ଗୁରୁତର ଯାତ୍ରୀଙ୍କୁ ରାଉରକେଲା ମେଡ଼ିକାଲରୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଲହୁଣିପଡ଼ା ପୋଲିସ ଘଟଣା ସ୍ଥଳରେ ପହଁଚି ଛାନଭିନ କରୁଛି । ଡ୍ରାଇଭରର ଆଖି ଲାଗି ଯିବାରୁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...