32.9 C
Balāngīr
Tuesday, July 15, 2025

ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଜଳିଗଲା ଘର, ଅଳ୍ପକେ ବର୍ତ୍ତି ଗଲେ ପରିବାର ଲୋକେ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ହରଭଙ୍ଗା, (୨୫/୦୨) : ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଜଳିଗଲା ଘର । ବୌଦ୍ଧ ହରଭଙ୍ଗା ଥାନା ଅନ୍ତର୍ଗତ ଧୂଙ୍ଗିଆମୁଣ୍ଡା ଗାଁରେ ଅଗ୍ନିକାଣ୍ଡ ହୋଇଛି ।

ଗାଁ’ର ହରି ବେହେରାଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇ ଯାଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ପରିବାର ଲୋକ । କିନ୍ତୁ ସବୁ ଆସବାବପତ୍ର ଓ ବର୍ଷକ ପାଇଁ ଅମଳ ହୋଇ ରହିଥିବା ଧାନ ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନିଷ୍ଟ ହୋଇଯାଇଛି ।

ଅନ୍ୟପଟେ ଢେଙ୍କାନାଳ କାମାକ୍ଷାନଗର ଥାନା ମହୁଲି ଗାଁର ନିର ସାହୁ ପାଳ ଛତୁ ଚାଷ କରିବା ପାଇଁ ଲକ୍ଷାଧିକ ଟଙ୍କାର ନଡା କିଣି ଗଛିତ ରଖିଥିଲେ । ହେଲେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି । ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନଡା ଗଦାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ନିଆଁ ଏତେ ଯୋରରେ ଲାଗିଥିଲା ଯେ ଆୟତ୍ତ କରିବା ସମ୍ଭବ ହୋଇନଥିଲା । ଖବର ପାଇ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ । ଏତେ ପରିମାଣର ନଡାପୋଡି ଯିବାରୁ ଚିନ୍ତାରେ ଭାଙ୍ଗି ପଡିଛନ୍ତି ଚାଷି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...