32.9 C
Balāngīr
Saturday, April 26, 2025

ବିନିକାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୭/୦୧): ବିନିକା ସହର ସମେତ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ୭୬ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଯାଇଛି ।

ସ୍ଥାନୀୟ ସିଦ୍ଧାର୍ଥ କଲେଜ ଗରୁଡ଼ କ୍ୟାମ୍ପସ ଠାରେ ଆୟୋଜିତ ଏନଏଏସି ସ୍ତ୍ରରୀୟ ସାଧାରଣତନ୍ତ୍ର ଦିବସରେ ବୀରମହାରାଜପୁର ତଥା ସ୍ଥାନୀୟ ମାନ୍ୟବର ବିଧାୟକ ରଘୁନାଥ ଜଗଦଳା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମିଳିତ ପ୍ୟାରେଡ଼ରେ ଅଭିବାଦନ ଜଣାଇବା ସହିତ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସବୁ କ୍ଷେତ୍ରରେ ବିନିକା ଅଞ୍ଚଳର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ଗୁରୁତ୍ୱ ଦେବେ ବୋଲି ବିଧାୟକ ଶ୍ରୀ ଜଗଦଲା ତାଙ୍କ ବକ୍ତବ୍ୟରେ ଅଞ୍ଚଳବାସୀଙ୍କୁ ଉଦବୋଧନ ଦେଇଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ସେହିପରି ବିଭିନ୍ନ ସ୍କୁଲ, କଲେଜ, ଅନୁଷ୍ଠାନ ସମେତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ମଧ୍ୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...