32.9 C
Balāngīr
Sunday, April 20, 2025

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ସୁବର୍ଣ୍ଣପୁର, (୧୭/୦୩) : ଆ.ପ୍ର. ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l

ଜିଲ୍ଲାପାଳ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୮ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୨ଟି ଗ୍ରହଣ କରାଯାଇଥିବା ବେଳେ ୧୬ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବିନିକା ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ସୌମ୍ୟାରୁପା ରଥ, ବିନିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଦିପ୍ତୀରେଖା ନନ୍ଦ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...