ସୁବର୍ଣ୍ଣପୁର, (୩୦/୦୬) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।
ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୮ଟି ଗ୍ରହଣ କରାଯାଇଥିବା ବେଳେ ଗୋଟିଏ ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।
ବିନିକା ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଜିଲ୍ଲା ପରିଷଦ ଅଶ୍ୱିନୀ ମେହେର, ସୋନପୁର ଉପଜିଲ୍ଲାପାଳ ଡ଼ଃ ସୌମ୍ୟାରୁପା ରଥ ସମେତ ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ବିନିକା ତହସିଲଦାର ରଷ୍ଣା ଭୋଇ, ବିନିକା ଥାନା ଅଧିକାରୀ ସାରଙ୍ଗ ଧର ପାଣିଗ୍ରାହୀ, ବିନିକା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନସ ଭୋଇ ଓ ଅନ୍ୟ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ ।