32.9 C
Balāngīr
Saturday, April 26, 2025

ବିପର୍ଯ୍ୟସ୍ତ ଅବସ୍ଥାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା, ବାରଣ୍ଡାରେ ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୦୯/୦୩) : ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ୨୦୦ ଛାତ୍ରଛାତ୍ରୀଙ୍କ ପାଇଁ ରହିଛି ମାତ୍ର ଦୁଇଟି ଶ୍ରେଣୀ ଗୃହ । ଶ୍ରେଣୀ ଗୃହ ଅଭାବରୁ ବାରଣ୍ଡାରେ ଚାଲିଛି ଶିକ୍ଷା ଦାନ ।

ଆବଶ୍ୟକ ଭିତ୍ତିଭୂମି ପ୍ରତି ଗୁରୁତ୍ୱ ଦିଆଯାଉନଥିବାରୁ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ପଡିଛି । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି(କ) ପଞ୍ଚାୟତ ମୁଖ୍ୟାଳୟରେ ରହିଛି ପତ୍ରାପାଲି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ହେଲେ ଏଠାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ଶ୍ରେଣୀ ଗୃହ ଅଭାବ ଯୋଗୁଁ ଛାତ୍ରଛାତ୍ରୀ ବାରଣ୍ଡାରେ ବସି ପାଠ ପଢ଼ୁଛନ୍ତି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସାତ ଜଣ ଶିକ୍ଷକ ନିୟୋଜିତ ଥିବା ବେଳେ ଶ୍ରେଣୀ ଗୃହ ଅଭାବ ଯୋଗୁଁ ବାରଣ୍ଡାରେ ଚାଲିଛି ଶିକ୍ଷାଦାନ ।

ବିଦ୍ୟାଳୟର ଅନ୍ୟ ଏକ କୋଠରୀ ଆଜବେଷ୍ଟସ ଘର ହୋଇଥିବା ବେଳେ ଗୋଟିଏ କୋଠରୀ ଛାତ ଘର । ଅନ୍ୟପଟେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ରହିଥିବା ଶିକ୍ଷଣୀୟ ସାମଗ୍ରୀ, ଖେଳ ଉପକରଣ, ଚାଉଳ ସବୁ ବିପର୍ଯ୍ୟସ୍ଥ ଅବସ୍ଥାରେ ପଡିରହିଛି । ବିଦ୍ୟାଳୟ ସମସ୍ୟା ନେଇ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏଥିପ୍ରତି କେହି ଦୃଷ୍ଟି ଦେଉନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ବିଦ୍ୟାଳୟ ଭିତ୍ତିଭୂମି ସଜାଡ଼ିବା ପାଇଁ ଉଚ୍ଚ ଅଧିକାରୀଙ୍କୁ ଜଣାଯାଇଛି ବୋଲି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଭୋଇ ପ୍ରକାଶ କରିଛନ୍ତି ।

ବିପର୍ଯ୍ୟସ୍ତ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଧାରିବା ପାଇଁ ଦାବି ହେଉଛି । କିନ୍ତୁ ଦୀର୍ଘ ବର୍ଷ ବିତି ଯାଇଥିଲେ ବି ସୁଧୁରୁ ନାହିଁ ସ୍ଥିତି । ପିଲାମାନେ ଅତି ଦୟନୀୟ ଅବସ୍ଥାରେ ପାଠ ପଢ଼ୁଛନ୍ତି । ଆଗକୁ ଖରା ଦିନ ଆସୁଛି । ଗରମରେ ବାରଣ୍ଡାରେ ବସି ପାଠ ପଢ଼ିଲେ ପିଲାଙ୍କ ଅବସ୍ଥା ଯେ କଣ ହେବ ନକହିବା ଭଲ । ତେଣୁ ଏ ସମସ୍ୟା ପ୍ରତି ଧ୍ୟାନ ଦିଆଯାଇ ତୁରନ୍ତ ସମାଧାନ କରାଯାଉ ତାହା ହିଁ ସାଧାରଣରେ ଦାବି ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...