ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୦୮/୦୩) : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି ।
ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି ବିକ୍ରମପୁର ଗ୍ରାମରୁ ବରଯାତ୍ରୀ ଦଳ ଆସିଥିଲେ । ଶୋଭାଯାତ୍ରା ସମୟରେ କୌଣସି କାରଣରୁ ଗଣ୍ଡଗୋଳ ଘଟିବାରୁ ଛୁରାମାଡ଼ ହୋଇଥିଲା। ଏଥିରେ ୩ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ୩ ଜଣଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି।