ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୧୦/୦୨) : ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ଅଞ୍ଚଳରୁ ଏକ ବିଲରୁ ଦମ୍ପତିଙ୍କ ମୃତଦେହ ଠାବ ହୋଇଛି । ଦୁଇ ମାସ ତଳେ ଉଭୟ ବିବାହ କରିଥିଲେ ।
ତେବେ ରବିବାର ଗାଁ ଚାଷ ଜମିରୁ ଉଭୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ ଗ୍ରାମବାସୀ । ତୁରନ୍ତ ପୁଲିସକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି ପୁଲିସ । ତଦନ୍ତ ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡିବ ବୋଲି ପୁଲିସ ସୂଚନା ଦେଇଛି ।