ରାଇକିଆ, (୦୬/୦୬) : ଆପ୍ର. : ବିଶ୍ୱ ପରିବେଶ ଦିବସ ମଣ୍ଡାସରୁ ଠାରେ ପାଳନ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେରାଇକିଆ ରେଞ୍ଜ ର ଯୁଧୀଷ୍ଟର ବେହେରା କହିଥିଲେଯେ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଆଜିର ଦିନଟି ଉତ୍ସର୍ଗୀକୃତ । ପ୍ରଦୂଷିତ ପୃଥବୀର ଭୟାବହତାକୁ ହୃଦୟଙ୍ଗମ କରି ଅଧିକରୁ ଅଧିକ ସବୁଜ ପରିବେଶ ସୃଷ୍ଟି କରିବା ଏବଂ ପ୍ରକୃତିର ସଂରକ୍ଷଣ କରିବା ଏକାନ୍ତ ଅପରିହାର୍ଯ୍ୟ ହୋଇପଡିଛି। ପରିବେଶ ସଂରକ୍ଷଣ ପାଇଁ ନିଆଯାଉଥିବା ପଦକ୍ଷେପ, ଭବିଷ୍ୟତ ପିଢ଼ି ପାଇଁ ଏକ ସୁସ୍ଥ ଜୀବନଯାପନର ସହଜ ଏବଂ ସରଳ ମାଧ୍ୟମ ହେଇପାରିବ । ଆମ ନାଗରିକଙ୍କ ପାଇଁ ଏକ ସୁସ୍ଥ ଓ ସ୍ବଚ୍ଛ ପରିବେଶ ବଜାୟ ରଖିବା ପାଇଁ ଆଜି ଆମେ ସଂକଳ୍ପ ନେବା । ଏ ଦିଗରେ ଆପଣ ମାନଙ୍କ ଉଦ୍ୟମ, ମନୋବୃତ୍ତି ଓ ନିଷ୍ଠାପରତାକୁ କାମନା କରୁଛି ।
ଏକ ସୁସ୍ଥ ସମାଜ ପାଇଁ ଏକ ସୁସ୍ଥ ପରିବେଶ ଦରକାର ଏବଂ ପରିବେଶ ପ୍ରତି ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ସମାରୋହରେ ଜନସାଧାରଣଙ୍କୁ ଆହ୍ୱାନ ଦେଇଥିଲେ । ଓ ଏହିକାର୍ଯ୍ୟକ୍ରମ ରେ ରାଇକିଆ ଫରେଷ୍ଟ, ଗାର୍ଡ ଓ ସବୁ କର୍ମ ଚାରି ମାନେ ଯାଇଥିଲେ । ଓ ମଣ୍ଡାସରୁ ର ବହୁ ମା ମାନେ ମଧ୍ୟ ଯୋଗ ଦେଇଥିଲେ ।