32.9 C
Balāngīr
Wednesday, April 23, 2025

ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୩/୧୨) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2024 12 23 at 19.57.29 1 ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର,ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ କେ ହରିପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୧ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୯ଟି ଗ୍ରହଣ କରାଯାଇଥିବା ବେଳେ ୧୨ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବୀରମହାରାଜପୁର ବିଡିଓ ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି ଙ୍କ ସମେତ ବୀରମହାରାଜପୁର ତହସିଲଦାର ପୁନମ ମହାପାତ୍ର, ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...