32.9 C
Balāngīr
Tuesday, May 20, 2025

ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୯ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର ,(୧୦/୦୨): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି l ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ଟି ପଞ୍ଜିକୃତ ଅଭିଯୋଗ ର ଦରଖାସ୍ତ ଗ୍ରହଣ କରିଥିଲେ l7ef150d9 4487 4c65 a142 3ff60dc368af ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୯ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୮ଟି ଗ୍ରହଣ କରାଯାଇଥିବା ବେଳେ ୧୧ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଶିବିର ଅବସରରେ ଜିଲ୍ଲାପାଳ ଶ୍ରୀମତୀ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ପ୍ରଦତ୍ତ ବିବାହ ପ୍ରୋତ୍ସାହନ ସହାୟତା ଅର୍ଥରାଶି ପ୍ରତ୍ୟେକ ଦମ୍ପତିଙ୍କୁ ୨ଲକ୍ଷ ୫୦ ହଜାର ଟଙ୍କାର ଡେମୋ ଚେକ୍ ବୀରମହାରାଜପୁର ବ୍ଲକ ସଂଗ୍ରାମପୁରର ସୋମନାଥ ପ୍ରଧାନ ଓ ଆନନ୍ଦିନୀ ପ୍ରଧାନ, ଦୁହୁଲପାଲି ନିବାସୀ ବୀରେନ୍ଦ୍ର ପ୍ରଧାନ ଓ ଦୁବ ସାହୁ, ଚମ୍ପାମାଲ ଗ୍ରାମର ଆନନ୍ଦିନୀ ବାଘ ଓ ମନୋଜ କୁମାର ବୁଡ଼େକ, ଏବଂ ସୁଜାତା ପଧାନ ଓ ଦିବ୍ୟନ ସାହୁ ପ୍ରଭୁତି ଚାରି ଗୋଟି ଦିବ୍ୟାଙ୍ଗ ଦମ୍ପତିଙ୍କୁ ଡେମୋଚେକ୍ ପ୍ରଦାନ କରିଥିଲେ।

ଏହି ପ୍ରୋତ୍ସାହନ ଅର୍ଥରାଶି ହିତାଧିକାରୀଙ୍କ ସମ୍ପୃକ୍ତ ବ୍ୟାଙ୍କ ସଂଚୟ ଖାତାକୁ ଅନଲାଇନ ପେମେଣ୍ଟ ଜରିଆରେ ପ୍ରଦାନ କରାଯାଇଛି। ବୀରମହାରାଜପୁର ବିଡିଓ ରାଜୀବ ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେରଙ୍କ ସମେତ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ବୀରମହାରାଜପୁର ତହସିଲଦାର ପୁନମ ମହାପାତ୍ର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...