ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୧୪/୦୧) : ମକର ସଂକ୍ରାନ୍ତିରେ ବୁଡ଼ ପକାଇବାକୁ ଯିବା ବେଳେ ବାଟରେ ଓଲଟିଲା ଡାଲା ଅଟୋ। ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି ।
ଗଞ୍ଜାମ ଜିଲ୍ଲା ଆସିକାର ପୁଡୁଗେଶ୍ୱର ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ । ଏହି ସମୟରେ ପୁଡୁଗେଶ୍ୱର ମନ୍ଦିର ନିକଟରେ ଡାଲା ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ଆସିକା ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।