32.9 C
Balāngīr
Monday, April 28, 2025

ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ନେଇ ରାଜନୈତିକ ଦଳମାନଙ୍କ ସହିତ ବୈଠକ ଅନୁଷ୍ଠିତ

Must read

ସୁବର୍ଣ୍ଣପୁର, (୨୧/୦୩) : ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଣିକା ଅନୁଯାୟୀ ପ୍ରତ୍ୟେକ ରାଜନୈତିକ ଦଳ ଦ୍ୱାରା ପ୍ରତି ବୁଥ୍ ରେ ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ପ୍ରକିୟା ଆରମ୍ଭ କରାଯାଇଛି ।WhatsApp Image 2025 03 22 at 06.45.42 ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ନେଇ ରାଜନୈତିକ ଦଳମାନଙ୍କ ସହିତ ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏଥିପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ ରାଜନୈତିକ ଦଳମାନଙ୍କ ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ମିନି ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନରେ ସ୍ୱଚ୍ଛତା ପାଇଁ ନିର୍ଭୁଲ ଭୋଟର ତାଲିକାର ଭୂମିକା ବିଷୟରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଆଲୋକପାତ କରିଥିଲେ । ଜିଲ୍ଲାର ପ୍ରତି ବୁଥରେ ରାଜନୈତିକ ଦଳଙ୍କ ଦ୍ଵାରା ବିଏଲଏ ନିଯୁକ୍ତି କରିବା ପ୍ରକ୍ରିୟା ନେଇ ଫର୍ମ ୧ ଓ ଫର୍ମ ୨ ବିଷୟରେ ଜିଲ୍ଲାପାଳ ଶ୍ରୀମତୀ ଦାସ ବୁଝାଇଥିଲେ। ଭୋଟର ତାଲିକାରେ ଯୋଗ, ବିୟୋଗ, ସଂଶୋଧନ, ସ୍ଥାନାନ୍ତର ଆଦି ପାଇଁ ବିଏଲଏ ମାନେ ବିଏଲଓ ମାନଙ୍କ ସହ ମିଶି କାର୍ଯ୍ୟ କରିବା ଉପରେ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ବୁଝାଇ ଦିଆଯାଇଥିଲା ।

କାର୍ଯ୍ୟକ୍ରମର ସଂଯୋଜକ ଡେପୁଟୀ କଲେକ୍ଟର ତଥା ନିର୍ବାଚନ ଶାଖା ଅଧିକାରୀ ଯଶସ୍ବିନୀ ପୋଥାଳ ବୈଠକର ଆଭିମୁଖ୍ୟ ଓ ଗୁରୁତ୍ୱ ଉପରେ ଆଲୋକପାତ କରି ବୈଠକରେ ଉପସ୍ଥିତ ସମସ୍ତ ଦଳୀୟ କର୍ମକର୍ତ୍ତା ମାନଙ୍କୁ ନିର୍ଦ୍ଧାରିତ ଫର୍ମ ଯୋଗାଇ ଦେଇଥିଲେ । ନିର୍ବାଚନ କମିଶନ ଓ ଭାରତର ଏକକ ପରିଚୟ ପତ୍ର ପ୍ରକରଣ ଅଧିକରୀଙ୍କ ମଧ୍ୟରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସହ‌ମତି କ୍ରମେ ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ଲିଙ୍କ୍ କରଯିବା କାର୍ଯ୍ୟକ୍ରମ ବିଷୟରେ ସୂଚନା ପ୍ରଦାନ କରାଯାଇଥିଲା ।

ବୈଠକରେ ଉପସ୍ଥିତ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଙ୍କୁ ଆଗାମୀ ୧୫ ଦିନ ମଧ୍ୟରେ ବି ଏଲ ଏ ନିଯୁକ୍ତ ପକ୍ରିୟାକୁ ସମ୍ପୂର୍ଣ୍ଣ କରିବାକୁ କୁହାଯାଇଛି । ବୈଠକରେ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ସୁଶାନ୍ତ କୁମାର ପଣ୍ଡା,ଭାରତୀୟ ଜନତା ପାର୍ଟି ର ସୁକାନ୍ତ କୁମାର ସାହୁ, ବିଜୁ ଜନତା ଦଳ ତରଫରୁ କଇଁରୁ ସ୍ୱାଇଁ, ଆପ ତରଫରୁ ସୁବାସ ବିଶି,ବିଏସପି ତରଫରୁ ସରୋଜ କୁମାର ତାଣ୍ଡି ଙ୍କ ସହ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...