32.9 C
Balāngīr
Tuesday, July 15, 2025

ବେଟି ବଚାଓ ବେଟି ପଡ଼ାଓ, ଝିଅଙ୍କୁ ବଞ୍ଚାନ୍ତୁ, ଝିଅଙ୍କୁ ପଡ଼ାନ୍ତୁ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୪/୦୧) : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ବେଟି ବଚାଓ ବେଟି ପଢ଼ାଓ ଯୋଜନାର ୧୦ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଯୋଜନା କରାଯାଇଛି ।WhatsApp Image 2025 01 24 at 19.56.12 ବେଟି ବଚାଓ ବେଟି ପଡ଼ାଓ, ଝିଅଙ୍କୁ ବଞ୍ଚାନ୍ତୁ, ଝିଅଙ୍କୁ ପଡ଼ାନ୍ତୁ

ଅଙ୍ଗନବାଡି କେନ୍ଦ୍ର ସ୍ତରରେ, ଗ୍ରାମ ସ୍ତରରେ, ବିଦ୍ୟାଳୟ ସ୍ତରରେ, ଗ୍ରାମ ସଭା ଆୟୋଜନ ମାଧ୍ୟମରେ ଓ ଜିଲ୍ଲା ସ୍ତରରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ କରିବା ନିମନ୍ତେ ସ୍ଥିର କରାଯାଇଛି । କାର୍ଯ୍ୟକ୍ରମର ଅଂଶ ସ୍ୱରୂପ ଆଜି ୫ଟି କାର୍ଯ୍ୟକ୍ରମ ଆୟୋଜନ କରିବାର ଯୋଜନା କରା ଯାଇଥିଲା । କିଶୋରୀ ବାଳିକା, ରାୟଗଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟର ଛାତ୍ରୀ ଏବଂ ହାଇସ୍କୁଲର ଛାତ୍ରୀ ମାନଙ୍କୁ ନେଇ ଏକ ସାଇକେଲ ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ମହିଳା ମହାବିଦ୍ୟାଳୟ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମିନତୀ ଦେଓ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଚିତ୍ରା ସେଠି, ଡେପୁଟି ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ, ସୁରକ୍ଷା ଅଧିକାରୀ ପ୍ରତିମା ଦାସ, ବରିଷ୍ଠ ରାଜସ୍ବ ସହାୟକ ସୂର୍ଯ୍ୟ ନାରାୟଣ ନାୟକ, ଆକ୍ସନ ଏଡ଼ର ବାଲ୍ୟ ବିବାହ ନିଷେଧ ଜିଲ୍ଲାପରାମର୍ଶ ଦାତା ରତନେଶ୍ୱର ସାହୁ, ଆଇନ ପରାମର୍ଶ ଦାତା ନିରାକାର ପାଢ଼ୀ, ଅରୁଣା ସଂଗଠନର ପରାମର୍ଶ ଦାତା ପ୍ରମୋଦ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ ।WhatsApp Image 2025 01 24 at 19.56.43 ବେଟି ବଚାଓ ବେଟି ପଡ଼ାଓ, ଝିଅଙ୍କୁ ବଞ୍ଚାନ୍ତୁ, ଝିଅଙ୍କୁ ପଡ଼ାନ୍ତୁ

ଏହାପରେ ରାଲି ମହିଳା ମହାବିଦ୍ୟାଳୟ ଠାରେ ପହଂଚିଥିଲା ତାପରେ ସେଠାରେ ରଙ୍ଗୋଲି ଓ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତି ପ୍ରତିଯୋଗୀ ମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି ସମୟରେ କନ୍ୟା ସନ୍ତାନର ସୁରକ୍ଷା ନିମନ୍ତେ ଏକ ଦସ୍ତଖତ ଅଭିଯାନ କରା ଯାଇଥିଲା ।

ମହିଳା ମହାବିଦ୍ୟାଳୟ ପରିସରରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା I ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ବାତୀ ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର ଏହି କାର୍ଯ୍ୟକ୍ରମରେ ଯୋଗଦେଇ କନ୍ୟା ସନ୍ତାନ ମାନଙ୍କ ସୁରକ୍ଷା ପାଇଁ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଓ ସୁରକ୍ଷା ପାଇଁ ଯୋଜନା କରିଥିବା ବିଷୟରେ ଆଲୋଚନା କରିଥିଲା ବେଳେ, ରାୟଗଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷI ଓ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ। ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ଉପସ୍ଥିତ ସମସ୍ତେ କନ୍ୟା ସନ୍ତାନର ସୁରକ୍ଷା ନିମନ୍ତେ ଶପଥ ପାଠ କରିଥିଲେ ।

କାର୍ଯ୍ୟକ୍ରମକୁ ଜିଲ୍ଲା ସମାଜ ମଙ୍ଗଳ ଉପ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ I ଶେଷରେ ସୁରକ୍ଷା ଅଧିକାରୀ ଶ୍ରୀମତୀ ଦାସ ମହିଳା ମହାବିଦ୍ୟାଳୟ ଓ ରାୟଗଡା ସ୍ୱୟଂ ଶାଶିତ ମହାବିଦ୍ୟାଳୟ, ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରୀ ଓ ଅଧ୍ୟାପକ ଏବଂ ଶିକ୍ଷୟତ୍ରୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...