32.9 C
Balāngīr
Wednesday, April 23, 2025

ବୈତରଣୀ ନଦୀକୁ ଡେଇଁ ପଡ଼ିଲେ ଦୋକାନୀ, ଭାସୁଛି ମୃତଦେହ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୩୧/୧୨) : ବୈତରଣୀ ନଦୀ ପୋଲରୁ ଡେଇଁ ପଡ଼ିଲେ ଦୋକାନୀ। ନଦୀରେ ଭାସୁଛି ତାଙ୍କ ମୃତଦେହ । ବର୍ଷର ଶେଷ ଦିନରେ ଏପରି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅଞ୍ଚଳରେ ଘଟିଛି ।

ମୃତକ ହେଲେ ବସନ୍ତ ପାତ୍ର । ଚମ୍ପୁଆ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବସନ୍ତଙ୍କର ଏକ ଦୋକାନ ରହିଛି । ଗତ ରାତି ୧୧ଟା ବେଳେ ସେ ନିଜ ସ୍କୁଟିକୁ ଚମ୍ପୁଆ ବୈତରଣୀ ପୋଲ ଉପରେ ରଖି ନଦୀକୁ ଡେ଼ଇଁ ପଡ଼ିଥିଲେ । ତାଙ୍କ ମୃତଦେହ ବୈତରଣୀ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି । ବସନ୍ତ ଚମ୍ପୁଆ- ଝାଡ଼ଖଣ୍ଡ ସୀମାରେ ଥିବା ବୈତରଣୀ ନଦୀରେ ପୋଲ ଉପରୁ ଡେଇଁ ଆତ୍ମହତ୍ୟା କରିଥିବା ବେଳେ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ । ବସନ୍ତଙ୍କ ମୃତଦେହ ନଦୀର ଅପରପାର୍ଶ୍ୱରେ ଭାସୁଥିବା ଯୋଗୁଁ ଝାଡ଼ଖଣ୍ଡ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍କୁଟିକୁ ଜବତ କରିଛି । ମାତ୍ର ମୃତଦେହ ଉଦ୍ଧାର ହୋଇ ନ ଥିବା ଜଣାଯାଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...