ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଳାହାଣ୍ଡି, (୧୬/୦୮) : କଳାହାଣ୍ଡି ଜିଲ୍ଲା ଏନଏଚ୍ ୨୬ ଟିଟିଲାଗଡ଼ ଛକ ନିକଟରେ ଆଜି ଭୋରରୁ ସଡ଼କ ଦୁର୍ଘଟଣା ଘଟିଛି ।
ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ୪ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ ଆହତଙ୍କ ଘର ଛତିଶଗଡ଼ର ବୋଲି ଜଣାଯାଇଛି । କିଛି ଯୁବକ ଛତିଶଗଡ଼ରୁ ବୋଲେରୋ ଯୋଗେ ହୀରାକୁଦ ବୁଲିବାକୁ ଆସିଥିଲେ । ଏନଏଚ୍ ୨୬ ଟିଟିଲାଗଡ଼ ଛକ ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ ବୋଲେରୋର ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି । ପୁଲିସ ଘଟଣାର ତଦନ୍ତ କରୁଛି । ବୋଲେରୋ ୭ ଜଣ ଥିବା ଜଣାଯାଇଛି ।