32.9 C
Balāngīr
Wednesday, April 30, 2025

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବ୍ରହ୍ମପୁର, (୨୯/୦୧) : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି ।

ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ । ଏହି ଅଭିଯୋଗ ଶୁଣାଣିର ସମୁଦାୟ ୮୯ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୮୪ଟି ଥିଲା ବେଳେ ଗ୍ରାମ ଅଭିଯୋଗ ୫ଟି ରହିଥିଲା । ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୧୫୦୦୦ ଟଙ୍କା ପ୍ରଦାନ କରାଯାଇଥିଲା ।

ଗଞ୍ଜାମ ଜିଲ୍ଲାପାଳ ତ୍ଵରିତ ୮ଟି ଅଭିଯୋଗର ଫଏସଲା କରିଥିଲେ । ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...