32.9 C
Balāngīr
Friday, April 25, 2025

ବ୍ରାହ୍ମଣୀ ଗ୍ରାମର ଦାଦନ ଶ୍ରମିକଙ୍କ ଶୋଚନୀୟ ମୃତ୍ୟୁ : ଗାଁକୁ ଫେରିଲା ମୃତଦେହ

Must read

ମୁରିବାହାଲ, (୧୨/୦୪) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଲଖନା ପଞ୍ଚାୟତ ବ୍ରାହ୍ମଣୀ ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ଲିଫ୍ଟ ଭାଙ୍ଗି ଛିଣ୍ଡି ଯିବାରୁ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାପଡିଛି ।

ବ୍ରାହ୍ମଣୀ ଗ୍ରାମର ବାଳକୃଷ୍ଣ ରଣାଙ୍କ ବଡ଼ପୁଅ ବିମଳ ରଣା(୨୫) ଗତ ଦଶହରା ସମୟରେ ଅନ୍ୟମାନଙ୍କ ସହିତ ମୁମ୍ବାଇକୁ ଦାଦନ ଶ୍ରମିକଭାବେ କାମ କରିବାକୁ ଯାଇଥିଲେ । ସେ ମୁମ୍ବାଇର ଏସଏସସିଏଲ୍ ନାମକ ଏକ କମ୍ପାନୀର ଉପର ମହଲାରେ କାର୍ଯ୍ୟ କରୁଥିଲେ । ଗତ ୯ତାରିଖ ରାତି ୮ଟାରେ ସେ ଲିଫ୍ଟରେ ଯାଉଥିବା ବେଳେ ଲିଫ୍ଟଟି ଛିଣ୍ଡି ପଡ଼ିବାରୁ ଅନ୍ୟମାନଙ୍କ ସହିତ ତାଙ୍କର ମଧ୍ୟ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା ।ସେଠାରେ ଥିବା ଗ୍ରାମର ଅନ୍ୟ ଦାଦନ ଶ୍ରମିକମାନେ ଏହା ଜାଣିପାରି ପରିବାର ଲୋକଙ୍କୁ ଜଣାଇଥିଲେ । ଶୁକ୍ରବାର ବିମାନରେ ମୃତଦେହ ରାୟପୁର ପର୍ଯ୍ୟନ୍ତ ଅଣାଯାଇ ସେଠାରୁ ଆମ୍ବୁଲାନ୍ସ ଯୋଗେ ଗାଁକୁ ଅଣାଯାଇ ଅନ୍ତିମ ସଂସ୍କାର କରାଯାଇଥିଲା । ଏକମାତ୍ର ରୋଜଗାରକ୍ଷମ ପୁଅକୁ ହରାଇ ସମଗ୍ର ରଣା ପରିବାର ତଥା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ମୃତ ବିମଳଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...