32.9 C
Balāngīr
Friday, June 13, 2025

ଭାରତୀୟ ଜନତା ପାର୍ଟିର ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୨୯/୮) : ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ନିଳକଣ୍ଠେଶ୍ବର ମନ୍ଦିର ପ୍ରାଙ୍ଗଣରେ ବି.ଜେ.ପି ଜିଲ୍ଲା ସଭାପତି ଶିବ ପଟ୍ଟନାୟକ ମୋହୋଦୟଙ୍କ ନିର୍ଦ୍ଦେଶକ୍ରମେ ଗୁଡ଼ାରୀ ନଗର ସଭାପତି ପ୍ରଦୀପ ଚନ୍ଦ୍ର ରଣା ଙ୍କ ନେତୃତ୍ବରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଥିଲା ।

ଭାରତୀୟ ଜନତା ପାର୍ଟିର ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ । ମୁଖ୍ୟ ଅତିଥି ଭାବେ ସହପ୍ରଭାରୀ ଜଗଦୀଶ ପଣ୍ଡା, ସରୋଜ କୁମାର ସାହୁ ପଦ୍ମପୁର ପ୍ରଭାରୀ, କୈଳାସ ସାହୁ ପଦ୍ମପୁର ଉପସଭାପତି, ସନାତନ ପାତ୍ର ଶିରିଝୋଳି ବୁଥ ସଭାପତି ଯୋଗଦେଇ ସଦସ୍ୟତା ଅଭିଯାନ ଟିକୁ ସୁଚାରୁରୂପେ କାର୍ଯ୍ୟକାରୀ କରିଥିଲେ । ଶକ୍ତିକେନ୍ଦ୍ରରୁ ବୁଥ ଓ ୱ।ର୍ଡ ଯାଏଁ ତୃଣମୂଳ ସ୍ତରରେ କେମିତି ଏହି ଅଭିଯାନ ପହଞ୍ଚିବ ଏହି ଆଲୋଚନା କରାଯାଇଥିଲା । ଉକ୍ତ ବୈଠକରେ ବାବୁଲା ଶବର , ଯୁଗଳ କିଶୋର ଶବର, ବାସୁଦେବ ପାଣିଗ୍ରାହୀ, ଶିବ କେଶ୍ବର ରାଓ, ସାଇ ଏବଂ ଶତାଧିକ କର୍ମୀ ଯୋଗ ଦେଇଥିବା ଦେଖିବାକୁ ମିଳିଥିଲା ।

ଜିଲ୍ଲା ସଭାପତି ଶିବ ପଟ୍ଟନାୟକ, y, ଗଣପତି ଙ୍କୁ ଗୁଡ଼ାରୀ ପ୍ରଭାରୀ ଦାୟିତ୍ଵ ଦେଇଥିଲେ କିନ୍ତୁ y. ଗଣପତି ଗୁଡ଼ାରୀ କୁ ଆସି ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦାନ ନ ଦେଇ ଅଣ ଦେଖା କରିଥିବାରୁ ଉକ୍ତ କାର୍ଯ୍ୟକ୍ରମକୁ ସହ ପ୍ରଭାରୀ ଜଗଦିଶ ପଣ୍ଡା ଏବଂ ତାଙ୍କ ସହଯୋଗୀ ଏହି କାର୍ଯ୍ୟକ୍ରମକୁ ଅତି ସୁନ୍ଦର ଭାବରେ ପରିଚାଳନା କରିବା ଦେଖିବାକୁ ମିଳିଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...