32.9 C
Balāngīr
Tuesday, May 20, 2025

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଚକା ତଳେ ଚାପି ହୋଇ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ସୋର, (୦୧ /୦୫) : ଆପ୍ର. : ଟ୍ରାକ୍ଟର ତଳେ ଚାପି ହୋଇ ଦୁଇ ନାବାଳକଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର ଜିଲ୍ଲା ଗୋପାଳ ପୁର ଥାନା ତାଳକୁରୁଣିଆ ପଂଚାୟତ ତାଳକୁରୁଣିଆ ଗାଁରେ ଏପରି ଘଟଣା ଘଟିଛି ।

ମୃତକ ହେଲେ ବାହାନଗା ବ୍ଲକ ତାଳକୁରୁଣିଆ ଗାଁ’ର ଶାସିକାନ୍ତ ମଳିକଙ୍କ ପୁଅ ସତ୍ୟଜିତ ମଳିକ ଓ ଦିଲୀପ ପାଣିଗ୍ରାହୀଙ୍କ ପୁଅ ଦିନେଶ ପାଣିଗ୍ରାହୀ । ସୂଚନା ଅନୁସାରେ ବୁଧବାର ସନ୍ଧ୍ୟାରେ ଗୋପାଳପୁର ଥାନା ତାଳକୁରୁଣିଆ ଗାଁର ଶାସିକାନ୍ତ ମଳିକଙ୍କ ପୁଅ ସତ୍ୟଜିତ ମଳିକ ଓ ଦିଲୀପ ପାଣିଗ୍ରାହୀଙ୍କ ପୁଅ ଦିନେଶ ପାଣିଗ୍ରାହୀ ବିଲକୁ ଧାନ ଆଣିବାକୁ ଏକ ଟ୍ରାକ୍ଟରରେ ବସି ଯାଉଥିଲେ ।

ଟ୍ରାକ୍ଟରଟି ରାସ୍ତାରୁ ବିଲକୁ ଓହ୍ଲାଇବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଡ୍ରାଇଭର ଜଣଙ୍କ ଉପସ୍ଥିତ ବୁଦ୍ଧି ଲଗାଇ ଗାଡିରୁ ଡେଇଁ ପଡିଥିଲା । ତେବେ ଦୁଇସାଙ୍ଗ ଟ୍ରାକ୍ଟର ତଳେ ଚାପି ହୋଇଯାଇଥିଲେ । ସ୍ଥାନୀୟ ଲୋକେ ବହୁ କଷ୍ଟରେ ତାଙ୍କୁ ଉଦ୍ଧାର କରି ଗୋପାଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ମାତ୍ର ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...