32.9 C
Balāngīr
Tuesday, May 20, 2025

ଭାରସାମ୍ୟ ହରାଇ ଓଲଟିଲା ପିକ୍‌ଅପ୍ ଭ୍ୟାନ୍, ଜଣେ ମହିଳା ମୃତ; ୨୦ରୁ ଅଧିକ ଆହତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ମୟୂରଭଞ୍ଜ, (୦୫/୦୫) : ଆପ୍ର. : ଭାରସାମ୍ୟ ହରାଇ ଓଲଟିଲା ପିକ୍‌ଅପ୍ ଭ୍ୟାନ୍ । ଜଣେ ମହିଳାଙ୍କ ମୃତ୍ୟୁ, ୨୦ରୁ ଅଧିକ ଆହତ ।

ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ଥାନା ବାଲିଶୁଳିଆ ଗାଁ ନିକଟରେ । ସମସ୍ତଙ୍କୁ ପ୍ରଥମେ ନିକଟସ୍ଥ କୋଷ୍ଠା ମେଡିକାଲକୁ ନେଇ ପ୍ରାଥମିକ ଚିକିତ୍ସା ପରେ ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣା ସ୍ଥଳରେ ଶୁଳିଆପଦା ଥାନା ପୋଲିସ ପହଞ୍ଚି ଦୁର୍ଘଟଣା ଗସ୍ତ ପିକଅପ୍ କୁ ଜବତ୍ କରି ତଦନ୍ତ ଆରମ୍ଭ କରିଛି । ସମସ୍ତ ଆହତ ମାନେ ବସ୍ତା ଥାନା ଖୁଣ୍ଟା ଗ୍ରାମର ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ପିକ୍‌ଅପ୍ ଭ୍ୟାନଟି ବାଲେଶ୍ଵର ଜିଲ୍ଲା ବସ୍ତା ଅଞ୍ଚଳରୁ ୩୦ରୁ ଅଧିକ ଲୋକ ନେଇ ଆସୁଥିଲା ।

ସେଥିରେ ଅଧିକାଂଶ ମହିଳା ଥିଲେ । ସମସ୍ତେ ଶୁଳିଆପଦା ଅଞ୍ଚଳକୁ ଶାଳପତ୍ର ତୋଳିବା ପାଇଁ ଯିବା ବେଳେ ଘରକୁ ଫେରିବା ସମୟରେ ଘଟିଥିଲା ଦୁର୍ଘଟଣା । ନିଜ ବିଧାନସଭା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଖବର ପାଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଓ ବାରିପଦା ବିଧାୟକ ପ୍ରକାଶ ସୋରେନ୍ ଡାକ୍ତରଖାନାରେ ପହଞ୍ଚିଥିଲେ । ଆହତମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ସେମାନଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର ବ୍ୟବସ୍ଥା କରାଯିବ ବୋଲି ମଧ୍ୟ କହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...