32.9 C
Balāngīr
Sunday, July 20, 2025

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

Must read

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର

ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମୃତକ ଅର୍ଜୁନ୍ ନାୟକ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ମଙ୍ଗଳବାର ବିଳମ୍ବିତ ରାତିରେ ଟ୍ରାକ୍ଟରଟି ନଦୀରୁ ବାଲି ନେଇ ଅନଲୋଡ୍ କରି ଫେରୁଥିଲା। ଏତିକି ବେଳେ ନଦୀ ବନ୍ଧ ଉପରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ୍ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଗୁରୁତରଙ୍କୁ ଉଦ୍ଧାର କରି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...