32.9 C
Balāngīr
Wednesday, April 30, 2025

ଭିଜିଲାନ୍ସ ଜାଲରେ ପଞ୍ଚାୟତ ଏଡିଇଓ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ଭ୍ୟୁର //
କୋରାପୁଟ, (୧୩/୦୨) : ପୁଣି ଜଣେ ସରକାରୀ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ୍ ବାଟସାନ ଗ୍ରାମ ପଞ୍ଚାୟତର ଆକାଉଣ୍ଟାଣ୍ଟ୍ ତଥା ଡାଟା ଏଣ୍ଟ୍ରି ଅପରେଟର୍ (ADEO) ଏସ୍. ପାର୍ଥ ସାରଥୀ ବିଷୋଇଙ୍କ ଘରେ ପଶିଛି ଭିଜିଲାନ୍ସ ଟିମ୍ ।

ତାଙ୍କର ୭ଟି ଠିକଣାରେ ଏକକାଳୀନ ଚଢ଼ଉ କରାଯାଉଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଟିମ୍ ଗୁରୁବାର ସକାଳୁ ଚଢ଼ଉ ଆରମ୍ଭ କରିଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅନ୍ତର୍ଗତ ଚାମ୍ପିଆ ଗ୍ରାମରେ ଥିବା ନିଜ ଘର, ଭାଇ ଘର ଓ ସମ୍ପର୍କୀୟଙ୍କ ଘର, ଚାମ୍ପିଆରେ ଥିବା କାଜୁ ପ୍ରୋସେସିଂ ୟୁନିଟ୍, ବୋଲିଗୁମ୍ମାରେ ଥିବା ତିନି ମହଲା କୋଠା ଏବଂ ବାଟସାନ ପଞ୍ଚାୟତ କାର୍ଯ୍ୟାଳୟରେ ଚଢ଼ଉ ଜାରି ରହିଛି । ଏଥିରେ ଭିଜିଲାନ୍ସର ୨ ଜଣ ସହକାରୀ ଏସପି, ୪ ଜଣ ଡିଏସପି, ୬ ଇନସ୍ପେକ୍ଟର୍, ୬ ଏସଆି ଏବଂ ଅନ୍ୟ ସହ କର୍ମଚାରୀ ଅଧିକାରୀ ସାମିଲ ଅଛନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...