32.9 C
Balāngīr
Friday, June 13, 2025

ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ, ଘରୁ ଜବତ ହେଲା ୨ କୋଟି ଟଙ୍କା

Must read

ଅନୁଗୁଳ, (୩୦/୦୫) : ଆପ୍ର. : ଟଙ୍କା ଫିଙ୍ଗୁଥିଲେ, ଧରାପଡିଲେ । ମୁଖ୍ୟ ଯନ୍ତ୍ରୀଙ୍କ ଘରେ ବିଡ଼ା ବିଡ଼ା ନୋଟ୍ ଦେଖି ଜଳକା ଭିଜିଲାନ୍ସ । ମେସିନ୍ ସାହାଯ୍ୟରେ ଚାଲିଛି ଟଙ୍କା ଗଣା ।

୨କୋଟି ଟଙ୍କା ଜବତ କରିଛି ଭିଜିଲାନ୍ସ । ଅନୁଗୁଳ କରଡାଗାଡ଼ିଆ ଠାରୁ ୧ କୋଟି ୪୦ ଲକ୍ଷ ଓ ଭୁବନେଶ୍ବର ସ୍ଥିତ ଫ୍ଲାଟରୁ ମିଳିଲା ୧ କୋଟି ଟଙ୍କା । ଭୁବନେଶ୍ବର ସ୍ଥିତ ଗ୍ରାମ୍ୟ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଘରେ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଅନୁଗୁଳ, ପିପିଲି ଓ ଭୁବନେଶ୍ବରରେ ଚାଲିଛି ରେଡ୍ । ଅନୁଗୁଳର ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ଅନୁଗୋଳ, ଢେଙ୍କାନାଳ, କଟକ ଟିମର ୮ଜଣିଆ ସଦସ୍ୟ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି । ଅନୁଗୋଳ ଜିଲ୍ଲାର କରଡ଼ାଗାଡ଼ିଆ, ଲକେଇପସି, ମତିଆସାହି ଏବଂ ଶିକ୍ଷକପଡ଼ାରେ ଚଢ଼ାଉ ଜାରି ରହିଛି । ଆସନ୍ତାକାଲି ତାଙ୍କର ଚାକିରି କାର୍ଯ୍ୟକାଳ ସରିଥାନ୍ତା । ହେଲେ ଅବସର ପୂର୍ବରୁ ମାଡିବସିଛି ଭିଜିଲାନ୍ସ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...