32.9 C
Balāngīr
Wednesday, April 23, 2025

ଭୁବନେଶ୍ୱରରୁ ଏଏସଓ ନିଖୋଜ, ଭରତପୁର ଥାନାରେ ଏତଲା

Must read

ଭୁବନେଶ୍ୱର, (୦୬/୦୪) : ଆପ୍ର. : ଲୋକସେବା ଭବନରେ କାର୍ଯ୍ୟରତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ପ୍ରକାଶ କୁମାର ସାହୁ ନିଖୋଜ ଥିବା ଅଭିଯୋଗ ହୋଇଛି ।

ପ୍ରକାଶ ସାହୁ ନିଖୋଜ ହୋଇଯାଇଥିବା ନେଇ ଭରତପୁର ଥାନାରେ ଏତଲା ଦାୟର ହୋଇଛି । ଅଭିଯୋଗ ମିଳିବା ପରେ ପୁଲିସ ତଦନ୍ତ ଆରମ୍ଭ ସହ ପ୍ରକାଶଙ୍କୁ ଠାବ କରିବା ପାଇଁ ଉଦ୍ୟମ ଜାରି ରଖିଛି । ଲୋକସେବା ଭବନରେ ଏଏସଓ ଭାବେ କାର୍ଯ୍ୟରତ ପ୍ରକାଶ କୁମାର ସାହୁ ଶୁକ୍ରବାର ଡ୍ୟୁଟିକୁ ଯାଇଥିଲେ । ଲୋକସେବା ଭବନରେ ଡ୍ୟୁଟି ସାରିବା ପରେ ସେ ଆଉ ଘରକୁ ଫେରିନଥିଲେ । ଘରକୁ ନ ଫେରିବାରୁ ପରିବାର ଲୋକେ ପ୍ରକାଶଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ । ତାଙ୍କର କୌଣସି ଖୋଜଖବର ନ ପାଇବାରୁ ଆଜି ଭରତପୁର ଥାନାରେ ଏତଲା ଦିଆଯାଇଛି । ଏଏସଓ ନିଖୋଜ ହୋଇଯାଇଥିବା ନେଇ ଭରତପୁର ଥାନାରେ ସମ୍ପର୍କୀୟ ଭାଇ ଏତଲା ଦାୟର କରିଛନ୍ତି । ପ୍ରକାଶଙ୍କ ମୋବାଇଲ ଫୋନ୍‌‌ ସ୍ୱିଚ୍‌‌ ଅଫ ରହିଥିବାବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...