32.9 C
Balāngīr
Saturday, July 12, 2025

ଭୋଟ ଗଣତି ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବୌଦ୍ଧ, (୩୦/୦୫) : ଆସନ୍ତା ୪ ତାରିଖରେ ବୌଦ୍ଧ ଜିଲ୍ଲାରେ କନ୍ଧମାଳ ସଂସଦୀୟ କ୍ଷେତ୍ର, ବୌଦ୍ଧ ବିଧାନ ସଭା ଓ କଣ୍ଟାମାଳ ବିଧାନସଭା ପାଇଁ ଭୋଟ ଗଣତି ହେବାକୁଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଭୋଟ ଗଣତି ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳଙ୍କ ସଦଭାବନା ଗୃହଠାରେ ଜିଲ୍ଲାପାଳ ଜେ.ସୋନାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଭୋଟ ଗଣତି ଯେପରି ଶାନ୍ତି ଶୃଙ୍ଖଳାରେ ହୋଇପାରିବ ସେ ନେଇ ଆଲୋଚନା ହୋଇଥିଲା । ଜିଲ୍ଲାପାଳ ଜେ ସୋନାଲ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନଙ୍କୁ ପୁର୍ବରୁ ମକଡ୍ରିଲ କରି ସଠିକ ଭାବେ ଭୋଟ୍ ଗଣତି କାର୍ଯ୍ୟ ତୁଲାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସ୍ୱାସ୍ଥ୍ୟ ବିଭାଗ ତରଫରୁ ମୋବାଇଲ ଆମ୍ବୁଲାନସ ଟିମ, ଫାଷ୍ଟଏଡ ଟିମ, ଡାକ୍ତର ଏବଂ କର୍ମଚାରୀ ମାନଙ୍କୁ ପ୍ରସ୍ତୁତ ରଖିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଅଗ୍ନିଶମ ବିଭାଗକୁ ନିରାପତ୍ତା ସାର୍ଟିଫିକେଟ ସହ ଅଗ୍ନିଶମ ଗାଡି ଓ କର୍ମଚାରୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ।

ନିରନ୍ତର ବିଦ୍ୟୁତ ସରବରାହ ଜାରି ରଖିବା ସହିତ ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ବିଦ୍ୟୁତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ପୂର୍ତ୍ତବିଭାଗ ପକ୍ଷରୁ ବ୍ୟାରିକେଡ ବ୍ୟବସ୍ଥା ଜୁନ ୧ ତାରିଖ ପୁର୍ବରୁ ସାରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଭୋଟ ଗଣତି କାର୍ଯ୍ୟ ପାଇଁ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିବାହୀ ଅଧିକାରୀ ଓ ବୌଦ୍ଧ ବିଡିଓଙ୍କୁ ଶ୍ରମିକ ଯୋଗାଇଦେବାକୁ ଓ ସେମାନଙ୍କୁ ପରିଚୟପତ୍ର ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଜଳ ପରିମଳ ବିଭାଗ ପକ୍ଷରୁ ପାନୀୟଜଳ ବ୍ୟବସ୍ଥା , ଅସ୍ଥାୟୀ ଶୌଚାଳୟ ସହିତ ସଫେଇ କର୍ମଚାରୀମାନଙ୍କୁ ପରିଚୟପତ୍ର ସହିତ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଏଥିସହିତ ନିରନ୍ତର ଇଣ୍ଟରନେଟ ସେବା ଯୋଗାଇଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାସହିତ ଦୁଇଜଣ ଡେପୁଟି କଲେକ୍ଟରଙ୍କୁ ଏଥିପାଇଁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ବୈଠକରେ ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ, ଅତିରିକ୍ତ ଜିଲାପାଳ ଦିଲିପ କୁମାର ମହାପାତ୍ର, ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଡେପୁଟି କଲେକ୍ଟର (ନିର୍ବାଚନ) ଶାଶ୍ୱତ ପ୍ରଧାନ, ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ୱସ୍ତିକ ଜମାଦାର ଓ ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର ଓ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ । ଜିଲ୍ଲାରେ ଭୋଟ ଗଣତି କାର୍ଯ୍ୟ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବାକୁ ଜିଲାପାଳ ଶ୍ରୀ ସୋନାଲ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...