32.9 C
Balāngīr
Wednesday, April 30, 2025

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍, ଆୟକର ଫାଙ୍କିଥିବା ନେଇ ବିଭିନ୍ନ ସ୍ଥାନରେ ଚଢ଼ାଉ

Must read

ଅନୁଗୁଳ, (୨୦/୦୩) : ଆ.ପ୍ର. : ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି ।

ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ଅନୁଗୋଳରେ ତିନି ଜଣିଆ ଟିମ ଚଳାଇଛନ୍ତି ଖୋଳତାଡ଼ । ତାଳଚେର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଭୁବନେଶ୍ୱରରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଚାଲିଛି ଚଢ଼ାଉ ।

ଶକ୍ତି ମଲ୍ଟି ଏୟାର ଲିମୋନେଡ ପ୍ରାଇଭେଟ୍ ଲିମିଟେଡ ସମେତ ଢେଙ୍କାନାଳ ମଦ ବଟଲିଙ୍ଗ ପ୍ଲାଣ୍ଟ ଭଳି ୨୫ଟି ସ୍ଥାନରେ ଚଢାଉ କରାଯାଉଛି । ପାରଳାଖେମୁଣ୍ଡିରେ ଥିବା ସମୁଦି ଘରେ ବି ଚଢ଼ଉ କରୁଛି ଆୟକର ବିଭାଗ । ଚଢାଉ ବେଳେ ୧୦ କୋଟିରୁ ଅଧିକ ଟଙ୍କା ଜବତ କରାଯାଇଛି । ତାଳଚେରର ମା’ ହିଙ୍ଗୁଳା ଟ୍ରାନ୍ସପୋର୍ଟରେ ମଧ୍ୟ ରେଡ୍ କରିଛି ଆଇଟି ଟିମ୍ । ଏକାଧିକ ଟିମ୍ କରୁଛନ୍ତି ଚଢ଼ାଉ । ମଦ ବ୍ୟବସାୟୀ ବିକ୍ରମ ସାହୁ ଫେରାର ହୋଇଯାଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...