32.9 C
Balāngīr
Saturday, July 12, 2025

ମଧ୍ୟାହ୍ନ ଭୋଜନରେ ପଡ଼ିଥିଲା ଝିଟିପିଟି, ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୦୯/୦୮) : ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି । ଅସୁସ୍ଥ ହେଲେ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ।

ଘଟଣାଟି ଘଟିଛି ବାଲେଶ୍ୱରର ସୋର ବ୍ଲକ ସାଜନପୁର ପଞ୍ଚାୟତର ଶିରାପୁର ଗାଁର ଉଦୟନାରାୟଣ ନୋଡାଲ ବିଦ୍ୟାଳୟରେ । ସବୁ ଦିନ ଭଳି ଆଜି ଏହି ସ୍କୁଲର ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇଥିଲେ। ମଧ୍ୟାହ୍ନ ଭୋଜନରେ ସେମାନଙ୍କୁ ଭାତ ଓ ତରକାରି ଦିଆଯାଇଥିଲା। ଖାଇବା ବେଳେ ଜଣେ ଛାତ୍ର ଖାଦ୍ୟରେ ଝିଟିପିଟି ପଡ଼ିଥିବା ଦେଖିବାକୁ ପାଇଥିଲେ । ସେତେବେଳକୁ ଅନେକ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ସାରିଥିଲେ। ଖାଦ୍ୟରେ ଝିଟିପିଟି ପଡ଼ିଥିବା କଥା ସାମ୍ନାକୁ ଆସିବାର କିଛି ସମୟ ପରେ କିଛି ପିଲା ପେଟ ଓ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ଆହୁରି ଅନେକ ଛାତ୍ରଛାତ୍ରୀ ସମାନ କଥା କହିଥିଲେ ।

ସ୍କୁଲର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଅସୁସ୍ଥ ଛାତ୍ରଛାତ୍ରୀମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଏବେ ସେଠାରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି । ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...