32.9 C
Balāngīr
Sunday, April 20, 2025

ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର ! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୫/୦୧) : ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର । ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍‌ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି ।

ଏଥିନିମନ୍ତେ ପାଇଲଟ ପ୍ରୋଜେକ୍ଟ ଆରମ୍ଭ ହୋଇଛି । ଆଗାମୀ ଦିନରେ ଏହାକୁ ସମଗ୍ର ରାଜ୍ୟରେ କାର୍ଯ୍ୟକାରୀ କରିବା ନିମନ୍ତେ ଯୋଜନା ପ୍ରସ୍ତୁତ ହେଉଥିବା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ରାଷ୍ଟ୍ରପତିଙ୍କ ଜିଲ୍ଲା ମୟୁରଭଞ୍ଜର ରାଇରଙ୍ଗପୁରରେ ପାଇଲଟ ପ୍ରୋଜେକ୍ଟ ଭାବେ ଏହାର ଶୁଭାରମ୍ଭ କରାଯାଇଛି। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨ଶହ ଗ୍ରାମ ଲେଖାଏଁ ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବା କାର୍ଯ୍ୟକ୍ରମର ଗତକାଲି ଶୁଭାରମ୍ଭ ହୋଇଛି । ପରେ ଏହା ସବୁ ସ୍କୁଲରେ ଲାଗୁ କରାଇବାପାଇଁ ସରକାର ଯୋଜନା କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

ଏନେଇ ମନ୍ତ୍ରୀ କହିଛନ୍ତି, ଗତକାଲି ଗିଫ୍ଟ ମିଲ୍କ ଦେବା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ପିଲାଙ୍କୁ ପୋ଼ଷଣ ଓ ପ୍ରୋଟିନ ଯୋଗାଇବାକୁ ଏପରି ପଦକ୍ଷେପ ନିଆଯାଇଛି । ଏହାକୁ ପାଇଲଟ ପ୍ରୋଜେକ୍ଟ ଭାବେ ନିଆଯାଇଛି । ଆଗକୁ ସମଗ୍ର ରାଜ୍ୟରେ ମଧ୍ୟାହ୍ନ ଭୋଜନରେ ବି କ୍ଷୀର ସାମିଲ କରିବାକୁ ଯୋଜନା ପ୍ରସ୍ତୁତ କରାଯାଉଛି । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ୨ଶହ ମିଲିଲିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ସରକାର ଯୋଜନା କରୁଥିବା ମନ୍ତ୍ରୀ କହିଛନ୍ତି।

ମୁଖ୍ୟତଃ ଗ୍ରାମାଞ୍ଚଳ ପିଲା ଉପଯୁକ୍ତ ପୋଷଣ ପାଇ ପାରୁନ ଥିବାରୁ ସେମାନଙ୍କର ଠିକ୍‌ ଭାବେ ବିକାଶ ହେଉନି ତଥା ସେମାନେ ବିଭିନ୍ନ ରୋଗର ଶିକାର ହେଉଛନ୍ତି । ମଧ୍ୟାହ୍ନ ଭୋଜନରେ ବି ନିମ୍ନମାନର ଖାଦ୍ୟ ଯୋଗାଇ ଦିଆଯାଉଥିବା ନେଇ ସବୁବେଳେ ଅଭିଯୋଗ ହୋଇ ଆସୁଥିଲା । ପୂର୍ବ ସରକାର ଅମଳରେ ଏଥିରେ କୌଣସି ସୁଧାର ଆସି ନ ଥିବା ବେଳେ ନୂଆ ସରକାର ଆସିବା ପରେ ଏଥିପାଇଁ ତତ୍ପରତା ପ୍ରକାଶ କରିଛନ୍ତି ।

ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ମଧ୍ୟାହ୍ନ ଖର୍ଚ୍ଚ ୭ଟଙ୍କା ୬୪ ପଇସା କରିଛନ୍ତି । ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା । ତେବେ ଖୁବ୍‌ ଶୀଘ୍ର ମଧ୍ୟାହ୍ନ ଭୋଜନରେ କ୍ଷୀର ସାମିଲ ହେବା ଖବର ଶୁଣି ଅଭିଭାବକ ତଥା ପିଲାମାନେ ଖୁବ୍‌ ଉତ୍ସାହିତ ହୋଇ ପଡ଼ିଛନ୍ତି।

 

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...