32.9 C
Balāngīr
Wednesday, April 23, 2025

ମନମୋହନଙ୍କ ବିୟୋଗରେ ପୂରା ଦେଶ ସ୍ତବ୍ଧ, ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆଦିଲ୍ଲୀ, (୨୬/୧୨) : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି । ଦିଲ୍ଲୀ ଏମ୍ସରେ ଗତ ରାତିରେ ୯୨ ବର୍ଷ ବୟସ୍କ ଶ୍ରୀ ସିଂହଙ୍କ ପରଲୋକ ହୋଇଛି ।

ମନମୋହନ ସିଂହଙ୍କ ବିୟୋଗ ଘଟଣାକୁ ଦେଶବାସୀ ସହଜେ ଗ୍ରହଣ କରି ପାରୁ ନାହାନ୍ତି । ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମହମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ତେବେଏହା କେବେ ଓ କେଉଁଠି ହେବ ସେ ନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ମିଳିନି । ଶ୍ରୀ ସିଂହଙ୍କ ପରଲୋକ ଯୋଗୁ କଂଗ୍ରେସ ମଧ୍ୟ ଆସନ୍ତା ୭ ଦିନ ପାଇଁ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ମନମୋହନ ସିଂହ ଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବାରୁ ଚଳିତ ବର୍ଷ ଦଳର ପ୍ରତିଷ୍ଠା ଦିବସ ବି ପାଳନ କରାଯିବନି ବୋଲି ସୂଚନା ଜାରି କରାଯାଇଛି ।

ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ ଦଳର ପତାକା ଅର୍ଦ୍ଧନତ ଅବସ୍ଥାରେ ରହିବ । ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ । ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ । ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା। ଅନ୍ତିମ ସମୟରେ ଶ୍ରୀ ସିଂହଙ୍କ ପାଖରେ ତାଙ୍କ ପତ୍ନୀ ଗୁରୁଶରଣ କୌର ଓ ୩ ଝିଅ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...