32.9 C
Balāngīr
Saturday, July 12, 2025

ମମିତା ମେହେରଙ୍କ ଘରକୁ ଯାଇ ପରିବାରକୁ ସାନ୍ତ୍ୱନା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //

ସମ୍ବଲପୁର,(୦୧/୧୧) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛି ବିଜେପି । ମମିତା ମେହେରଙ୍କ ଘରକୁ ଯାଇ ପରିବାରକୁ ସାନ୍ତ୍ୱନା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ବିଧାୟକ ଜୟନାରାୟଣ ମିଶ୍ର |

ଆଜି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସିନ୍ଦୁର ଫରୁଆ ଭିତରେ ରହୁଛନ୍ତି । ମମିତା ମେହେରଙ୍କ ଘରକୁ ଯାଇ ପରିବାରକୁ ସାନ୍ତ୍ୱନା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ବିଧାୟକ ଜୟନାରାୟଣ ମିଶ୍ର | ଲୋକସେବା ଭବନ କିମ୍ବା ବିଧାନସଭା ଯାଉନାହାନ୍ତି, ଏପରିକି କେନ୍ଦ୍ରମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ବାସଭବନରେ ସାକ୍ଷାତ କରୁଛନ୍ତି ।

ହେଲେ ଦଳୀୟ ପ୍ରଚାର ପାଇଁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ ପାଇଁ ବିଭିନ୍ନ ଜିଲ୍ଲା ଗସ୍ତ କରୁଛନ୍ତି । ସେହିପରି କୁଚିଣ୍ଡା ଗସ୍ତ ପୂର୍ବରୁ ବିଭିନ୍ନ ଅସଂପୂର୍ଣ୍ଣ ପ୍ରକଳ୍ପ କାହିଁକି ଶେଷ ହୋଇନାହିଁ ବୋଲି ସେ କହିବା ସହ ୨୨ଟି ପ୍ରଶ୍ନ ପଚାରିଛନ୍ତି ବିଧାୟକ ଜୟନାରାୟଣ ମିଶ୍ର । ଅନ୍ୟପକ୍ଷରେ ମମିତା ମେହେର ପ୍ରସଙ୍ଗରେ ତାଙ୍କ ପରିବାରକୁ ସାନ୍ତ୍ୱନା ଦେବା ପାଇଁ ତାଙ୍କ ଘରକୁ ଗସ୍ତ କରିବା ଲାଗି ବିଧାୟକ ଜୟନାରାୟଣ ମିଶ୍ର ପରାମର୍ଶ ଦେଇଛନ୍ତି ।

ଏହି ହତ୍ୟାକାଣ୍ଡରେ ସଂପୃକ୍ତି ନେଇ ଉଠୁଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ବି ସେ ଦାବି କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...