32.9 C
Balāngīr
Friday, April 25, 2025

ମହୁମାଛି ଆକ୍ରମଣରେ ୪୧ ଛାତ୍ରୀ ଆହତ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି

Must read

ଦାରିଙ୍ଗିବାଡ଼ି, (୧୬/୦୪) : ଆପ୍ର. : ମହୁମାଛି କାମୁଡ଼ାରେ ୪୧ ଛାତ୍ରୀ ଆହତ । କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବାଡ଼ାବାଙ୍ଗା ସେବାଶ୍ରମର ୪୧ ଅନ୍ତେବାସୀ ଆହତ ହୋଇଛନ୍ତି ।

ଆହତଙ୍କ ମଧ୍ୟରୁ ୩ ଛାତ୍ରୀ ଗୁରୁତର ସୂଚନା । ସମସ୍ତ ଆହତ ଛାତ୍ରୀ ଦାରିଙ୍ଗବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ ,କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବାଡାବାଙ୍ଗା ସେବାଶ୍ରମ ବିଦ୍ୟାଳୟର ୪୧ ଜଣ ଅନ୍ତେବାସୀ ପୂର୍ବାହ୍ନ ପ୍ରାୟରେ ଗାଧୋଇବା ସମୟରେ ବାଘୁଆ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ପ୍ରଧାନ ଶିକ୍ଷକ ଆହତ ଛାତ୍ରୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା କରାଇଛନ୍ତି ।

ପରେ ଛାତ୍ରୀଙ୍କୁ ନେଇ ବାଡାବାଙ୍ଗା ସେବାଶ୍ରମକୁ ଫେରିଥିବା ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି । କିଛି ମାସହେଲା ଛାତ୍ରୀ ନିବାସ କୋଠାରେ ବାଘୁଆ ମହୁମାଛି ବସା ବାନ୍ଧିଥିବା ଦେଖାଯାଇଥିଲା । ହେଲେ ଏଥିପ୍ରତି କାହାର ଦୃଷ୍ଟି ନଥିବାରୁ ଆଜି କୌଣସି କାରଣରୁ ଗାଧୋଇବା ସମୟରେ ଛାତ୍ରୀ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଏ ନେଇ ସ୍ଥାନୀୟ ସରପଞ୍ଚ ଉଦବେଗ ପ୍ରକାଶ କରିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...