32.9 C
Balāngīr
Thursday, July 10, 2025

ମାଆକୁ ପାଇପ୍‌ରେ ପିଟି ହତ୍ୟା କଲା ପୁଅ

Must read

ଗଞ୍ଜାମ, (୨୬/୦୬) : ଆପ୍ର. : ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ କରବାଲୁଆ ପାଣ୍ଡାଛକ ଖଡ଼ିକା ବନ୍ଧ ନିକଟରେ ଅଭାବନୀୟ ଘଟଣା ।

ମାଆକୁ ପାଇପ୍‌ରେ ପିଟି ପିଟି ହତ୍ୟା କଲା ବିକୃତ ମସ୍ତିଷ୍କ ପୁଅ । ପାରିବାରିକ କଳହକୁ ନେଇ ପୁଅ ସନ୍ତୋଷ ବେହେରା (୩୯ ବର୍ଷ) ମାଆ ଉଲି ବେହେରା (୫୫ ବର୍ଷ)ଙ୍କୁ ହତ୍ୟା କରିଛି । ସୂଚନା ମୁତାବକ, ପାରିବାରିକ କଳହକୁ ନେଇ ମାଆ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ପୁଅ ସନ୍ତୋଷ ବେହେରା ଉତ୍ୟକ୍ତ ହୋଇ ଏକ ଲୁହା ପାଇପ୍‌ରେ ମାଆ ଉଲି ବେହେରାଙ୍କ ମୁଣ୍ଡକୁ ବାରମ୍ବାର ପିଟିଥିଲା । ସ୍ଥାନୀୟଲୋକେ ମାଆ ଉଲି ବେହେରାଙ୍କୁ ଗୁରୁତର ଅବସ୍ଥାରେ ଚିକିଟି ମେଡିକାଲକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏସମ୍ପର୍କରେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...