32.9 C
Balāngīr
Wednesday, April 30, 2025

ମାନ୍ୟବର ମନ୍ତ୍ରୀ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ବୀମା ଙ୍କ କଳାହାଣ୍ଡି ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ

Must read

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୦୪/୦୩) : ମାନ୍ୟବର ମନ୍ତ୍ରୀ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ବୀମା, ଓଡ଼ିଶା, ଗଣେଶ ରାମ ସିଂ ଖୁଣ୍ଟିଆ ଦୁଇଦିନିଆ କଳାହାଣ୍ଡି ଗସ୍ତରେ ଆସି ଆଜି ଜିଲ୍ଲାପରିଷଦ ସଭାଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲାରେ ସରକାରଙ୍କର ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।WhatsApp Image 2025 03 04 at 21.17.05 ମାନ୍ୟବର ମନ୍ତ୍ରୀ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ବୀମା ଙ୍କ କଳାହାଣ୍ଡି ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ

ମାନ୍ୟବର ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ ଏହି ସମୀକ୍ଷା ବୈଠକରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ପାନୀୟଜଳ, ଜଳସେଚନ, ଗମନାଗମନ, ଗ୍ରାମ୍ୟ ଉନ୍ନୟନ, ପ୍ରଧାନମନ୍ତ୍ରୀ ଆବାସ, ବେସାମରିକ ଯୋଗାଣ, ଖରିଫଧାନ ସଂଗ୍ରହ, ନିର୍ମାଣ ଶ୍ରମିକ, ବାର୍ଦ୍ଧକ୍ୟ ଭତ୍ତା, ଅଙ୍ଗନବାଡି କେନ୍ଦ୍ରର ସ୍ଥିତି ଓ ପରିଚାଳନା, ଜଙ୍ଗଲ, ଉଦ୍ୟାନ କୃଷି ଇତ୍ୟାଦି ବିଭାଗୀୟ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପଚାରି ଥିଲେ । କଳାହାଣ୍ଡି ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ବିକାଶ ପାଇଁ ସମସ୍ତ ବିଭାଗୀୟ ଅଧିକାରୀମାନେ ଜନକଲ୍ୟାଣ ସରକାରୀ ଯୋଜନା, କାର୍ଯ୍ୟକ୍ରମକୁ ସଫଳତାର ସହିତ ଜନହିତରେ ଅଧିକ ଯତ୍ନବାନ ହୋଇ କାର୍ଯ୍ୟ କରିବା ପାଇଁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଜନହିତରେ ଉଦ୍ଦେଶ୍ୟ ସରକାରୀ ଯୋଜନାରୁ କୌଣସି ଯୋଗ୍ୟବ୍ୟକ୍ତି ଯେପରି ବାଦ ନପଡନ୍ତି ସେଥି ପ୍ରତି ଅଧିକ ଧ୍ୟାନ ଦେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ । ଗ୍ରୀଷ୍ମଋତୁରେ ଗ୍ରାମାଞ୍ଚଳରେ ପାନୀୟଜଳର ସଙ୍କଟ ଆଶଙ୍କା ଥିବାରୁ ବି.ଡି.ଓ. ମାନେ ଏହାକୁ ଗୁରୁତ୍ଵ ଦେଇ ଗ୍ରାମାଞ୍ଚଳରେ ଲୋକଙ୍କ ସୁବିଧା ପାଇଁ ପାନୀୟଜଳର ସୁବ୍ୟବସ୍ଥା କରିବା ପାଇଁ ମଧ୍ୟ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଏହି ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ କଳାହାଣ୍ଡି ମାଳବିକା ଦେବୀ, ବିଧାୟକ ଧର୍ମଗଡ଼ ସୁଧୀର ରଞ୍ଜନ ପଟ୍ଟଯୋଷୀ, ଜିଲ୍ଲା ସଭାପତି ଭା.ଜ.ପା. ଯୁଗଳ କିଶୋର ପୋଢ, ଏସ୍.ପି. ନାଗରାଜ ଡି., ଅତିରିକ୍ତ ଜିଲ୍ଲାପାଳ (ସା.) ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟା ପାଢୀ, ଡି.ଏଫ.ଓ. (ଉତ୍ତର) ଅନୁରାଗ ମିଶ୍ର, ଡି.ଏଫ.ଓ. (ଦକ୍ଷିଣ) କଳାଇ ଭାନାନ. ଆର., ଉପଜିଲାପାଳ ଧର୍ମଗଡ଼ ଉପ ଜିଲ୍ଲାପାଳ ଧୀମାନ ଚକମା, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା ଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ସ୍ଵାଗତ ଅଭିଭାଷଣ ଦେଇଥିବାବେଳେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟା ପାଢୀ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...