32.9 C
Balāngīr
Tuesday, May 20, 2025

ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ୨ଟି କିସ୍ତି ମିଳିବ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୪/୦୧) : ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି । ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ । ଗତକାଲି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି। ଏହା ମଧ୍ୟରୁ ୮୦,୨୯.୭୪୨୧ ଜଣଙ୍କ ଆବେଦନକୁ (ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ) ମଞ୍ଜୁର କରାଯାଇଛି। ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।

ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ନଥିବା ଅବଶିଷ୍ଟ ଆବେଦନଗୁଡ଼ିକ ବିଚାରାଧୀନ ଅଛି। ବର୍ତ୍ତମାନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆବେଦନ କରିବାର କୌଣସି ଶେଷ ତାରିଖ ରଖାଯାଇ ନଥିଲା। ଆଜି ରାଜ୍ୟ କ୍ୟାବିନେଟ୍‌ରେ ଏହି ପଞ୍ଜୀକରଣର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୦୨୪-୨୫ ଆର୍ଥିକ ବର୍ଷର ସୁଭଦ୍ରା ପଞ୍ଜୀକରଣ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି।

ସେହିପରି ମଧୁବାବୁ ଭତ୍ତା ଯୋଜନା ଏବଂ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନରେ ୮୦ ବର୍ଷ କିମ୍ବା ତା’ଠୁ ବୟସ୍କ ଭତ୍ତା ହିତାଧିକାରୀ ଏବଂ ଶତକଡ଼ା ୮୦ ପ୍ରତିଶତ କିମ୍ବା ତା’ଠୁ ଅଧିକ ଭିନ୍ନକ୍ଷମ ଥିବା ହିତାଧିକାରୀଙ୍କ ଭତ୍ତା ରାଶି ୩ ହଜାର ୫ଶହ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ଚଳିତ ମାସରୁ ହିଁ ଲାଗୁ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି। ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ ମିଳିଛି।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...