32.9 C
Balāngīr
Thursday, July 10, 2025

ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀ ବନ୍ୟାଜଳ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୦୮/୦୮) : ଗତ କିଛି ଦିନର ଲଗାଣ ବର୍ଷା ଯୋଗୁ ମହାନଦୀ ଫୁଲୁଥିବା ବେଳେ ବନ୍ୟା ପାଣି କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ବେଢାକୁ ଛୁଇଁଛି ।

ମନ୍ଦିର ବେଢାରେ ବନ୍ୟା ପାଣି ଲହଡ଼ି ଭାଙ୍ଗୁଛି । ହୀରାକୁଦ ଜଳଭଣ୍ଡାରରେ ୧୪ଟି ଗେଟ୍‌ ଖୋଲା ଯାଇଥିବାରୁ ମହାନଦୀରେ ବଢ଼ୁଛି ଜଳସ୍ତର । ଏହି ବନ୍ୟା ଜଳ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ନିକଟରେ ପ୍ରବାହିତ ହେଉଛି। ଆଜି ସକାଳଠାରୁ ବନ୍ୟାଜଳ ବଢିବାରେ ଲାଗିଛି । ମହାନଦୀର ବନ୍ୟାଜଳ ଯଦିଓ ମା’ଙ୍କ ମନ୍ଦିର ବେଢାକୁ ଛୁଇଁଛି ତଥାପି ମା’ଙ୍କୁ ଜଳାଶାୟୀ କରିପାରିନି । ବନ୍ୟାଜଳ ମା’ଙ୍କୁ ଜଳାଶୟୀ କରିବାକୁ ଆହୁରି କିଛି ସମୟ ଲାଗିବ ବୋଲି ଅନୁମାନ କରାଯାଉଛି ।

ଯଦି ମନ୍ଦିରର ଗମ୍ଭାରୀରେ ବନ୍ୟାଜଳ ପ୍ରବେଶ କରେ ତେବେ ମା’ଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମା’ ଙ୍କୁ ସ୍ଥାନାନ୍ତର କରାଯିବ। ସେଥିପାଇଁ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି।ମନ୍ଦିରରେ ଯେପରି ମା”ଙ୍କ ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନ ଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...